ରାଜ୍ୟ ସ୍ପେଶାଲ ରିପୋର୍ଟ

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି: କଟକ ଓ ଭଦ୍ରକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

କଟକ/ଭଦ୍ରକ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଏହି ତିନୋଟି ଅନୁଷ୍ଠାନକୁ ସରକାରୀ ସ୍ତରରେ ସୂଚିତ କରାଯାଇସାରିଛି। ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରକୁ ପୂର୍ବରୁ ଥରେ ଆସି ସାରିଛନ୍ତି ଏହା ତାଙ୍କ ଦ୍ବିତୀୟ ଥର ପାଇଁ ଗସ୍ତ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକରେ ପୁଲିସ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା ଉପରେ ନଜର ରଖିଛି।

ଏଣେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ ଭାରତର ମହାମହିମ ରା‌ଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଆସନ୍ତା ଜୁଲାଇ ୨୭ ତାରିଖରେ ଭଦ୍ରକ ମହାବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନ କରାଯିବ। ଏଥିପାଇଁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଇଁ କଲେଜର ଅଧ୍ୟକ୍ଷ ଡ. ସୁବୋଧ ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯିବା ନେଇ ଆଲୋଚନା ହୋଇଛି। ଦୁଇ ଦିନ ଧରି କଲେଜ ପରିସରରେ ଉତ୍ସବ ପାଳନ କରାଯିବ। ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ଏ ସଂପର୍କରେ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଆସି ସାରିଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହେବା ପରେ ଆଜି ଭଦ୍ରକ କେଲଜ ପରିସରରେ କଲେଜର ଅଧ୍ୟକ୍ଷ ଓ ଅନ୍ୟ କର୍ମଚାରୀଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ସେହିପରି ଗତକାଲି ସଂଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଦ୍ରକ କଲେଜର ଅଧ୍ୟକ୍ଷ ଓ ଅନ୍ୟ କର୍ମଚାରୀମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଇ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ଶ୍ରୀ ବଳିରାମ ବନ୍ଦୋର ଯୋଗଦେଇ ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ କିଭଳି ସୂଚାରୁ ରୂପେ ପରିଚଳାନା କରାଯିବ। ସେ ନେଇ ଆଲୋଚନା କରିବା ସହ ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି କଲେଜ ପରିସରର ପରିବେଶ ଉପରେ ଗୁରୁତ୍ବ ଦେଇଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ କିଭଳି ସରସ ସୁନ୍ଦର କରାଯାଇ ପାରିବ। ସେ ନେଇ ଜିଲ୍ଲାପାଳ କଳେଜ କତ୍ତୃପକ୍ଷ ଓ ଅନ୍ୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଭଦ୍ରକ କଲେଜର ପ୍ଲାଟିମ୍ ଜୁବୁଲି ଉତ୍ସବ ଦୁଇ ଦିନ ଧରି ଚାଲିବ। ପ୍ରଥମ ଦିନର ଉଦଘାଟନୀ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଯୋଗଦେବା ସହ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଜୁଲାଇ ୨୮ ତାରିଖ ଅର୍ଥାତ ଉଦଯାପନୀ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ଓ ଓଡ଼ିଶାର ଶିକ୍ଷାମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।