ଅପରାଧ ରାଜ୍ୟ

ଦୁଇ ଯୁବକଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ରାୟଗଡ଼ା ୧୬।୬: ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ପିଚୁଡି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ରାୟଗଡ଼ା ଜିଲ୍ଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ପିଚୁଡି ଗାଁରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦୁଇ ଜଣ ପିଚୁଡି ଓ ଉକାପାଡୁ ଗ୍ରାମର ବୋଲି ଜଣାପଡିଛି । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଫଳରେ ସ୍ଥାନୀୟ ବାସିନ୍ଦା ୩୨୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ତେବେ କୁମ୍ଭିକୋଟା ଫାଣ୍ଡି ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା । ଏହାପରେ ଦୁଇ ଜଣଙ୍କ ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇ ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।