ଅପରାଧ ରାଜ୍ୟ

ଦୁର୍ଘଟଣାରେ ଯୁବକ ମୃତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବାଙ୍କୀ : ବାଙ୍କୀ ଥାନା ଅନ୍ତର୍ଗତ ବାଙ୍କୀ-କଳାପଥର ମୁଖ୍ୟରାସ୍ତାର ବ୍ରହ୍ମପୁରା ଗ୍ରାମର ବୁଲାଣିରେ ଅଜଣା ଗାଡ଼ି ଧକ୍କା ଦେବାରୁ ବାଇକ୍‌ରେ ଯାଉଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଆଜି ପୂର୍ବାହ୍ନ ପ୍ରାୟ ୧୦ଟାରେ ବାଙ୍କୀ ପର୍ଶୁରାମପୁର ଗ୍ରାମର ଅଭୟ କୁମାର ସ୍ୱାଇଁ (୪୬)ଙ୍କୁ କୌଣସି ଗାଡ଼ି ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ହିଁ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଏହି ସମୟରେ ଉକ୍ତ ସ୍ଥାନରେ କୌଣସି ବ୍ୟକ୍ତି ନ ଥିବାର ସୁଯୋଗ ନେଇ ଦୁର୍ଘଟଣା ଘଟାଇ ଗାଡ଼ି ଫେରାର ହୋଇଯାଇଥିଲା।

କିଛି ସମୟ ପରେ କେତେକ ବ୍ୟକ୍ତି ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଯୁବକଙ୍କୁ ଦେଖି ପୁଲିସ ଓ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ପୁଲିସ ଶବ ଜବତ କରି ଆମ୍ବୁଲାନ୍ସରେ ବ୍ୟବଚ୍ଛେଦ ପାଇଁ ବାଙ୍କୀ ଡାକ୍ତରଖାନାକୁ ନେଇଥିଲା। ବିଜେଡିର ଜଣେ ସକ୍ରିୟ କର୍ମୀ ମୃତ ଅଭୟ ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଜଡ଼ିତ ଥିଲେ। ତାଙ୍କ ମୃତ୍ୟୁ ଖବର ପାଇ ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ ବାଙ୍କୀ ଡାକ୍ତରଖାନାରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ଏ ନେଇ ଥାନାରେ ଏକ ମାମଲା ରୁଜୁ କରାଯିବା ସହ ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।