ଅପରାଧ ରାଜ୍ୟ

ଦୁର୍ଘଟଣା ପରେ ଉତ୍ତେଜନା, ଜାତୀୟ ରାଜପଥରେ ଅଟକି ରହିଛି ଅନେକ ଗାଡି

ପାଟଣା ୨୫।୦୫: ଦୁର୍ଘଟଣା ପରେ ଉତ୍ତେଜନା । କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ଟୋଲଗେଟ୍‌ ନିକଟେର ଦେଖାଦେଇଛି ଉତ୍ତେଜନା । ଟୋଲଗେଟ୍‌ ନିକଟରୁ ବେଆଇନ୍‌ ପାର୍କି ଉଠାଇବା ସହ ଷ୍ଟ୍ରିଟ ଲାଇଟ୍‌ ଲଗାଇବା ଏବଂ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ଲୋକେ । କଲିକତା ଯାଉଥିବା ଅନେକ ଗାଡି ଏବେ ଅଟକି ରହିଛି ।

ଖବର ଅନୁଯାୟୀ, ମଙ୍ଗଳବାର ରାତିରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଖୀରେଇଟାଙ୍ଗିରୀ ଗାଁର ଜେମ୍ସ ନାଏକଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ମୃତ୍ୟୁ ପରେ ଉତ୍ତେଜନା ଦେଖାଦେଇଛି । ବିଭିନ୍ନ ଦାବି ନେଇ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ । ଯାହାଫଳରେ ଉଭୟ ପଟେ ଶହ ଶହ ଗାଡି ଅଟକି ରହିଛି । ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି । କିନ୍ତୁ ଲୋକେ ନିଜ ଜିଦ୍‌ରେ ଅଟକ ରହି ରାସ୍ତା ଅବରୋଧ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।