କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦେବଗଡ ଜିଲ୍ଲାର ୨୮ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ ୧।୧: ଦେବଗଡ ଜିଲ୍ଲାର ୨୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ପ୍ରଧାନପାଟ ସ୍ଥିତ ଚମ୍ପକେଶ୍ବର ମନ୍ଦିର ପରିସରରେ ଦେବଗଡ ଜିଲ୍ଲା ସମଗ୍ର ବିକାଶ ମଞ୍ଚ ପକ୍ଷରୁ ଆୟୋଜିତ ଉତ୍ସବରେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଥିଲେ । ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଓ ପୂର୍ବତନ ବିଧାୟକ ସ୍ବର୍ଗତ ପ୍ରଦୀପ୍ତ ଗଙ୍ଗଦେବଙ୍କ ଫୋଟଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ବଳନ ସହିତ ଉତ୍ସବ ଉଦଘାଟନ କରିଥିଲେ ।

୧୯୯୪ ମସିହା ଜାନୁଆରୀ ମାସ ୧ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଅବିଭକ୍ତ ସମ୍ବଲପୁର ଜିଲ୍ଲାକୁ ଭାଗ କରି ନୂତନ ଦେବଗଡ ଜିଲ୍ଲା ଗଠନ କରିଥିଲେ । ଏହି ଅବସରରେ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ କୋଭିଡ ଯୋଦ୍ଧା ଭାବେ ଘୋଷଣା କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଦେବଗଡ ଜିଲ୍ଲା ସମଗ୍ର ବିକାଶ ମଞ୍ଚର ସଭାପତି ସୁଧିର କୁମାର ବ୍ରହ୍ମାଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ବହୁ ବରିଷ୍ଠ ନାଗରିକ, ଓକିଲ, ଜନସାଧାରଣ ଯୋଗ ଦେଇଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,