ଦେଶ ବିଦେଶ ସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୫୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୫୨୬ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାର କରୋନା ରିପୋର୍ଟ ହସ୍ତଗତ ହୋଇଛି। ଦିନକ ମଧ୍ୟରେ ଦେଶରେ ପୁଣି ୩୫ ହଜାର ୫୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆହୁରି ବି କୁହାଯାଇଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ପୁଣି ୫୨୬ ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୩୮ ହଜାର ୬୪୮‌ ଛୁଇଁଛି।


ଏବେ ସୁଦ୍ଧା ଦେଶରୁ କରୋନାରୁ ସୁସ୍ଥ ହୋଇ ସାରିଲେଣି ୮୯ ଲକ୍ଷ ୭୩ ହଜାର ୩୭୩ ଜଣ ଓ ଏବେ ସକ୍ରିୟ ଅଛନ୍ତି ୪ ଲକ୍ଷ ୨୨ ହଜାର ୯୪୩ ଜଣ। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ହଜାର ୭୨୬ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଡିସେମ୍ବର ୨ ତାରିଖରେ ୧୧ ଲକ୍ଷ ୧୧ ହଜାର ୬୯୮ କରୋନା ନମୁନା ପରୀକ୍ଷଣ ହୋଇଥିବା ବେଳେ ଏବେ ସୁଦ୍ଧା ଦେଶରେ ସର୍ବମୋଟ ୧୪ କୋଟି ୩୫ ଲକ୍ଷ ୫୭ ହଜାର ୬୪୭ ନମୁନା ପରୀକ୍ଷା ସରିଲାଣି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ