ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଦ୍ବିଦିବସୀୟ ଭିଜିଟର କନଫରେନ୍ସକୁ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ଚରିତ୍ର ନିର୍ମାଣକୁ ପ୍ରାଥମିକତା ଦିଆଯିବା ଉଚିତ। ସେମାନଙ୍କୁ ନୈତିକତା, ସମ୍ବେଦନଶୀଳତା ଏବଂ ପରୋପକାର ତଥା ଭାରତୀୟ ମୂଲ୍ୟବୋଧ ଆଧାରରେ ଶିକ୍ଷାର ଉପଯୋଗ କରିବା ପାଇଁ ସମର୍ଥ କରିବାକୁ ମଙ୍ଗଳବାର ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଦ୍ବିଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’ର ଉଦ୍‌ଘାଟନ ସମାରୋହରେ ପରାମର୍ଶ ଦେଇଛନ୍ତି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ

ଏହି ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ଶିକ୍ଷାବିତ୍‌ଙ୍କୁ ମାର୍ଗଦର୍ଶନ ନିମନ୍ତେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାବ୍ୟତୀତ ସେ କହିଛନ୍ତି ଯେ, ଆଗାମୀ ୨୫ ବର୍ଷ ଆମ ସମସ୍ତଙ୍କ ପାଇଁ ମହତ୍ତ୍ୱପୂର୍ଣ୍ଣ। ଆଗାମୀ ୨୫ରୁ ୩୦ ବର୍ଷ ମଧ୍ୟରେ ଭାରତ ବିଶ୍ୱଗୁରୁ ହେବାକୁ ଯାଉଛି।
ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ରାଷ୍ଟ୍ରୀୟ ଶିକ୍ଷାନୀତିରେ ରୂପ ଦିଆଯାଇଛି। ଭାରତରେ ପ୍ରଥମ ଥର ପାଇଁ ୩ ବର୍ଷର ପିଲାଙ୍କୁ ସାଧାରଣ ଶିକ୍ଷାରେ ଯୋଡାଯାଇଛି। ବାଲବାଟିକା ୧, ୨, ୩ ଏବଂ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପାଠ୍ୟକ୍ରମ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହୋଇସାରିଛି। ନ୍ୟାସନାଲ କରିକୁଲମ ଫ୍ରେମ୍‌ଓ୍ୱାର୍କ ସାର୍ବଜନୀନ ହେବାକୁ ଯାଉଛି। ଆଗାମୀ ପ୍ରାୟ ଦୁଇ ବର୍ଷ ଭିତରେ ଦ୍ୱାଦଶ ପର୍ଯ୍ୟନ୍ତ ସେ ସବୁକୁ ପୁସ୍ତକରେ ରୂପାନ୍ତରିତ କରାଯିବ।

ପ୍ରଧାନମନ୍ତ୍ରୀଙ୍କ କହିବାନୁସାରେ ଏକବିଂଶ ଶତାବ୍ଦୀର ତୃତୀୟ ଦଶକ ଭାରତ ପାଇଁ ମହତ୍ତ୍ବପୂର୍ଣ୍ଣ। ଏହି ଦଶକର ଅନେକ ନିର୍ଣ୍ଣୟ ବିଗତ ୧୦୦ ବର୍ଷକୁ ପ୍ରଭାବିତ କରିଛି। ଦେଶକୁ ସ୍ୱାଧୀନତା ମିଳିବା ସହ ଭାରତର ସମ୍ବିଧାନ ପ୍ରଣୟନ ହେଲା। ଦେଶରେ ଅନେକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହେଲା। ଆଇଆଇଟି, ଏନ୍‌ଆଇଟି, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ଅନେକ ଉତ୍କର୍ଷ କେନ୍ଦ୍ର ଆଜି ଭାରତରେ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅନେକ ଅନୁଷ୍ଠାନର କ୍ୟାମ୍ପସ ବିଦେଶରେ ପ୍ରତିଷ୍ଠା ହେବା ପାଇଁ ଯାଉଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ