ଅପରାଧ ରାଜ୍ୟ

ଧକ୍କା ଦେଲା ବାଇକ୍‌, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ବିନିକା ୦୭।୦୬ : ସୋନପୁର ଜିଲ୍ଲା ବିନିକା ଥାନା ସୀଙ୍ଗିଯୁବା ଛକରେ ଦୁର୍ଘଟଣା । ବାଇକ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି l ମୃତ ବ୍ୟକ୍ତି ଜଣକ ହେଉଛନ୍ତି ସୀଙ୍ଗିଯୁବା ଗାଁର ସୁଦର୍ଶନ ଭୋଇ ବୋଲି ଜଣାଯାଇଛି l

ଖବର ଅନୁଯାୟୀ, ସୁଦର୍ଶନ ଯାମପାଳି ଠାରେ ଥିବା କ୍ଷୀର ସୋସାଇଟିକୁ କ୍ଷୀର ଦେଇ ଫେରୁଥିବା ସମୟରେ ବିନିକା ପଟରୁ ଆସୁଥିବା ଏକ ବାଇକ ଧକ୍କା ଦେଇଥିଲା l ଫଳରେ ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକରେ ଥିବା ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି l ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବିନିକା ଡାକ୍ତରଖାନାକୁ ନିଆଯାଇଛି l ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରୁଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।