ଧର୍ମ ରାଜ୍ୟ

ଧର୍ମଶାଳାରେ ଅଷ୍ଟାବିଂଶତି ବାର୍ଷିକ ମହୋତ୍ସବ ଓ ରାମ କଥା କାର୍ଯ୍ୟକ୍ରମ ଉଦଘାଟିତ

ଚଣ୍ଡିଖୋଲ ୧୦।୦୪ : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ କଣ୍ଟିଗଡ଼ିଆସ୍ଥିତ ମଧୁକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ରାମଚରିତ ମାନସ ଅଷ୍ଟାବିଂଶତି ବାର୍ଷିକ ମହୋତ୍ସବ ଓ ରାମ କଥା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଏହି ଭବ୍ୟ ସମାରୋହକୁ ସନ୍ଥ ସ୍ୱାମୀ ଅସୀମାନନ୍ଦ ସରସ୍ୱତୀ ମହାରାଜ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଉଦଘାଟନ କରିଥିଲେ । ଏହାସହ ସଜ୍ଜନ ମଣ୍ଡଳୀଙ୍କୁ ଆଶୀର୍ବଚନ ପ୍ରଦାନ କରିଥିଲେ।

ପଣ୍ଡିତ ବିଜୟ କୁମାର କରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ସନ୍ଥ ସତ୍ୟ ଚୈତନ୍ୟ ବ୍ରହ୍ମଚାରୀ, ପଣ୍ଡିତ ହୃଷିକେଶ ରଥଶର୍ମା ଯୋଗଦେଇଥିଲେ। ଏଥିରେ ଆଖପାଖ ଅଞ୍ଚଳର ବହୁ ଗ୍ରାମବାସୀ ଉପସ୍ଥିତ ରହି ରାମ କଥା ଶ୍ରବଣ କରିଥିଲେ। ଏହି ମହୋତ୍ସବ ୯ଦିନ ବ୍ୟାପି ଚାଲିବ ବୋଲି ଆୟୋଜକ କମିଟି ପକ୍ଷରୁ କୁହାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ