ରାଜ୍ୟ

ଧାନ ଖଳାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ବର୍ଷକର ଅମଳ

ଆଠମଲ୍ଲିକ ୩୦।୧୧ : ଧାନ ଖଳାରେ ଭୟାବହ ଅଗ୍ନିକାଣ୍ଡ । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏନଏସି ଅନ୍ତର୍ଗତ ବରଙ୍ଗା ସାହିର ଭାଗଚାଷୀ ଝାଟୁ ସାହୁଙ୍କ ଧାନ ଖଳାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ କରୁଛି ।

ଖବର ଅନୁଯାୟୀ, ଆଠମଲ୍ଲିକ ଏନଏସି ଅନ୍ତର୍ଗତ ବରଙ୍ଗା ସାହିର ଭାଗଚାଷୀ ଝାଟୁ ସାହୁଙ୍କ ଧାନ ଖଳାରେ ବୁଧବାର ସକାଳେ ହଠାତ୍ ନିଆଁ ଲାଗିଯାଇଥିଲା। ଝାଟୁ ସାହୁ ଧାନ ଖଳାରୁ ଧୂଆଁ ବାହାରୁ ଥିବାର ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ତେବେ ଏହି ଅଗ୍ନିକାଣ୍ଡ ଯୋଗୁଁ ବର୍ଷକର ଅମଳ ପୋଡ଼ି ପାଉଁଶ ହୋଇଯାଇଛି। ବର୍ଷକର ସମ୍ପତ୍ତି ଛାରଖାର ହୋଇଯାଇଥିବାରୁ ଏବେ ଝାଟୁ ସାହୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।