ଅପରାଧ ରାଜ୍ୟ

ନଦୀବନ୍ଧରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକ

ନିମାପଡା ୧୪।୬: ନଦୀବନ୍ଧରୁ ବୃଦ୍ଧଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ନିମାପଡା ଝାମ୍ପୁଲା କୁଦ ନଦୀବନ୍ଧ ଉପରୁ ମୃତଦେହ ଉଦ୍ଧାର ହୋଇଛି ।

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ନିମାପଡା ଝାମ୍ପୁଲା କୁଦ ନଦୀବନ୍ଧରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ନିକଟରୁ ଏକ କୋଦାଳ ଓ ଗଇଁତି ଜବତ ହୋଇଛି । ମୃତ ବୃଦ୍ଧ ଜଣଙ୍କ ସେହି ଗାଁର ଗୋବିନ୍ଦ ସାହୁ । ତେବେ ବୃଦ୍ଧଙ୍କ ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ମେଡିକାଲକୁ ପଠାଇଛି । ଘଟଣାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।