ଅପରାଧ ରାଜ୍ୟ

ନଦୀରେ ଭାସୁଛି ଅଜଣା ମୃତଦେହ, କାରଣ ଖୋଜୁଛି ପୋଲିସ

ତେଲକୋଇ ୩୦।୧୧: ସମାକୋଇ ନଦୀରେ ଭାସୁଛି ମୃତଦେହ । ଏବେ ଯାଏଁ ମିଳିନାହିଁ ମୃତ ବ୍ୟକ୍ତିଙ୍କ ପରିଚୟ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସମାକୋଇ ନଦୀର ଖେଞ୍ଚବଣିଆ ଘାଟରେ ଦେଖିବାକୁ ମିଳିଛି ଏପରି ଘଟଣା ।

ଖବର ଅନୁଯାୟୀ, ବୁଧବାର ସକାଳୁ ତେଲକୋଇ ଭୂୟାଁସାହିର କିଛି ମହିଳା ଖେଞ୍ଚବଣିଆ ଘାଟକୁ ଗାଧୋଇବାକୁ ଯାଇଥିଲେ । ସେଠାରେ ଏକ ବ୍ୟକ୍ତି ମୁହଁ ମାଡି ପଡିଥିବା ଦେଖିବାକୁ ପାଇଥିଲେ । ପରେ ଏନେଇ ତେଲକୋଇ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଉଭୟ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଦାରି ରଖିଛି । ତେବେ ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତଦନ୍ତ ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ଅନୁମାନ କରାଯାଉଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।