ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ନବମ ଦିନରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା, ଆଜି ବି ଲାଗି ହେବ ଓଷ

ପୁରୀ ୨୩।୦୬: ଦେବସ୍ନାନପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଥିବା ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର। ଆଜି ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ।

ସେପଟେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ। ତ୍ରୟୋଦଶ ଶତାଦ୍ଧୀରେ ଦ୍ୱିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା। ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ। ଶ୍ରୀବିଗ୍ରହଙ୍କ ଗୁପ୍ତ ସେବାରେ ଫୁଲୁରି ତେଲ, ଦଶମୂଳ ଔଷଧ ଓ ଅନ୍ୟାନ୍ୟ ଉପଚାର ପରେ ପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ଦର୍ଶନରେ ଭକ୍ତଙ୍କୁ ଦର୍ଶନ ଦେଉଥିବାର ବିଶ୍ୱାସ ରହିଛି।

ତେବେ ଗତ ଦୁଇବର୍ଷ ପରେ ଚଳିତବର୍ଷ ଭକ୍ତ ମାନେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ସହ ରଥଯାତ୍ରାରେ ସାମିଲ ହେବେ। ସେପଟେ ଜୋର ସରରେ ଆଗେଇ ଚାଲିଛି ର୍ଥ ନିର୍ମାଣ କାମ । ତିନି ରଥର ଖପୁରୀ ସମେତ ପାରାଭାଡ଼ିକୁ ମିଶାଇ ତେର ପରସ୍ତ ପୋଟଳ ସେଟିଂ ଶେଷ ହୋଇଛି । ତିନି ରଥର ପୋଟଳ ତଳକୁ ଚାରିଗୋଟି ଲେଖାଏଁ ଋଷି ପଟା ସେଟିଂ ହୋଇଛି । ତିନି ରଥର ବେଦି ପଛ ଭାଗରେ ପଟା ବାଡ଼ିଆ ପରେ ତିନିରଥ ସମ୍ମୁଖ ଭାଗରେ ପଟା ବାଡ଼ିଆ ଶେଷ ହେବା ସହ ରଥ ଦକ୍ଷିଣ ପାର୍ଶ୍ବ ଏବଂ ବାମ ପାର୍ଶ୍ବରେ ପଟା ପଡ଼ିବା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ