ରାଜନୀତି ରାଜ୍ୟ

ନରେଶଙ୍କ ଘର ବାହୁଡ଼ା

ଯାଜପୁର: ପ୍ରାୟ ଦୁଇମାସ ପୂର୍ବରୁ ବିଜେଡି ଛାଡ଼ି ବିଜେପିକୁ ଯାଇଥିବା ଯାଜପୁରର ପୂର୍ବତନ ଜିଲ୍ଲା ପରିଷଦ ସଭାପତି ତଥା ରସଲୁପୁର ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷ ନରେଶ ମହାନ୍ତି(ବୁଲୁ)ଙ୍କ ଘର ବାହୁଡ଼ା ହୋଇଛି। ଆଜି ସେ ଭୁବନେଶ୍ବରସ୍ଥିତ ଶଙ୍ଖଭବନରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି), ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ(ଜିତୁ) ଓ ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସହ ମନାନ୍ତର ପରେ ଶ୍ରୀ ମହାନ୍ତିଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିଲା ଏବଂ ଏହାପରେ ସେ ବିଜେପିରେ ସାମିଲ ହୋଇଥିଲେ। ଧର୍ମଶାଳାର ଯୁବନେତା ହିମାଂଶୁ ଶେଖର ସାହୁ(ଲିକୁ)ଙ୍କର ସେ ମୁଖ୍ୟ ସଂଗଠକ ଥିଲେ। ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ଗସ୍ତରେ ଆସୁଥିବା ବେଳେ ଏହାପୂର୍ବରୁ ଶ୍ରୀ ମହାନ୍ତି ପୁଣି ବିଜେଡିକୁ ଫେରିଯିବା ଘଟଣାକୁ ନେଇ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ହେଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର