ଅପରାଧ ରାଜ୍ୟ

ନଳିତା ବିଡାକୁ ନେଇ ଦୁଇ ପରିବାରରେ ଗଣ୍ଡଗୋଳ, ୯ ଆହତ

ଚଣ୍ଡୀଖୋଲ ୧୪/୧୦: ନଳିତା ବିଡାକୁ ନେଇ ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ । ଏହି ଘଟଣାରେ ୯ ଜଣ ଆହତ ହୋଇଛନ୍ତି । ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଢିହ ନରସିଂପୁର ଗ୍ରାମରେ । ଗାଁର ଗୋଟିଏ ପରିବାରର ବିନୋଦ ଦଳାଇଙ୍କ ପରିବାର ଓ ଲକ୍ଷ୍ମୀ ଦଳାଇଙ୍କ ପରିବାର ମଧ୍ୟରେରେ ନଳିତା ବିଡା ନେବାକୁ ନେଇ ତିକ୍ତତା ହୋଇଥିଲା ।

ନଳିତା ବିଡାକୁ ନେଇ ଉଭୟ ପରିବାର ମଧ୍ୟରେ ତିକ୍ତତା ଏତେ ବଢ଼ି ଯାଇଥିଲା ଯେ ଉଭୟ ପରିବାର ପକ୍ଷରୁ ମରଣାସ୍ତ୍ରରେ ଆକ୍ରମଣ କରାଯାଇଥିଲା । ଯାହା ଫଳରେ ଉଭୟ ପରିବାରର ୬ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିବା କିଛି ଆହତଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଉଭୟ ପରିବାର ପକ୍ଷରୁ ଧର୍ମଶାଳା ଥାନାରେ ଲିଖିତ ଅଭିଯୋଗ କରାଯାଇ ଥିବା ବେଳେ ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ ପହଂଚି ଘଟଣାର ଅଧିକ ତଦନ୍ତ ଚଳାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।