ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ନିଆଁ ପୁଉଁଥିବା ବେଳେ ଜଳିଗଲେ ମହିଳା

ରାଉରକେଲା: ନିଆଁ ଲାଗି ଜଳି ଯାଇଥିବା ମହିଳାଙ୍କର ଚିକିତ୍ସାଧୀନ ଅବସ୍ଥାରେ ରାଉରକେଲା ସରକାରୀ ଡାକ୍ତରଖାନାରେ ମୃତ୍ୟୁ ହୋଇଛିl ମୃତ ମହିଳା ଜଣକ ହେଲେ ସୁନ୍ଦରଗଡ଼ ଜିଲ୍ଲାର ରାୟବୋଗା ଥାନା ଅନ୍ତର୍ଗତ ସଲଙ୍ଗାବାହାଲ ସାହାଜବାହାଲ ଗାଁର ଅନୁପମା ନାୟକ (୪୩)l ରାୟବୋଗା ପୁଲିସ ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛିl

ମିଳିଥିବା ସୂଚନା ମୁତାବକ ଗତକାଲି ଅନୁପମା ଗାଧୋଇବା ପରେ ଘର ପଛ ପାର୍ଶ୍ଵ ଖଳାରେ ନିଆଁ ପୁଉଁଥିଲେl ହଠାତ ନିଆଁ ପିନ୍ଧିଥିବା ଲୁଗାରେ ଲାଗିବାରୁ ମହିଳା ଜଳି ଯାଇଥିଲେl ଗୁରୁତର ଅବସ୍ଥାରେ ପରିବାର ଲୋକ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେl ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୯ଟାରେ ତାଙ୍କର ମୃତ୍ୟୁ ହୋଇଥିଲାl

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ