ଅପରାଧ ରାଜ୍ୟ

ନିଜକୁ ଗୁଳିମାରି ଜୀବନ ହାରିଲେ ସିଆରପିଏଫ୍ ଯବାନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବରଗଡ଼: ଜଣେ କର୍ତ୍ତବ୍ୟରତ ସିଆରପିଏଫ୍ ଯବାନ ଆତ୍ମହତ୍ୟା କରିଥିବା ଖବର ମିଳିଛି। ମୃତ ସିଆରପିଏଫ୍ ଯବାନଙ୍କ ନାଁ ପ୍ରସନ୍ନଜିତ ପାଲ(୨୭)। ତାଙ୍କ ଘର ପଶ୍ଚିମବଙ୍ଗରେ। ସେ ସି/୧୮୯ ବାଟାଲିୟନର ଯବାନ ବୋଲି ଜଣାଯାଇଛି। ପ୍ରସନ୍ନଜିତ ଝାରବନ୍ଧ ବ୍ଲକ୍ ଜଗଦଲପୁରରେ ଥିବା ସିଆରପିଏଫ୍ କ୍ୟାମ୍ପରେ କାର୍ଯ୍ୟରତ ଥିଲେ। ଗତକାଲି ରାତି ୧୦ଟାରୁ ତାଙ୍କ ଡ୍ୟୁଟି ସୁରକ୍ଷା ଟାୱାର ଉପରେ ରହିଥିଲା। ରାତି ପ୍ରାୟ ୧୨ଟାରେ ସେ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାଯାଇଛି।

ଏହାପରେ ତାଙ୍କୁ ପଦ୍ମପୁର ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ବୁର୍ଲା ଭିମସାରରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣାଯାଇଛି। ତେବେ ସେ ଛୁଟିରେ ଘରକୁ ଯାଇ ଦୁଇ ଦିନ ତଳେ କାର୍ଯ୍ୟରେ ପୁଣି ଯୋଗ ଦେଇଥିଲେ। ଏଣୁ ପାରିବାରିକ ସମସ୍ୟା ହେତୁ ପ୍ରସନ୍ନଜିତ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। କିନ୍ତୁ ଏ ଘଟଣା ସଂପର୍କରେ ସରକାରୀ ଭାବେ କିଛି ସୂଚନା ଦିଆଯାଇନାହିଁ। ତେବେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା‌ର ବିଷୟ ହୋଇଛି

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

 

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।