ରାଜ୍ୟ

ନିର୍ବାଚନୀ ହିଂସା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ।

କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ଅଧିକାରୀ ଓଡ଼ିଶାଙ୍କର ଶୂନ୍ୟ ସହନଶୀଳା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ଗଞ୍ଜାମ ଜିଲ୍ଲାରେ ପ୍ରାକ୍ ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୁଚନାଯୋଗ୍ୟ, ଖଲ୍ଲିକୋଟରେ ନିର୍ବାଚନୀ ହିଂସାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଫଳରେ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।