ଅପରାଧ ରାଜ୍ୟ

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ବାଲେଶ୍ୱର ୧୪/୧୦ : ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି।

ସୂଚନାନୁଯାୟୀ, ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵରସ୍ଥିତ ଅଫିସ, ରାୟଗଡା କସ୍ତୁରିନଗର ସ୍ଥିତ ପୈତୃକ ଘର, ବିଶାଖାପାଟନମ୍ ଛିନ୍ନଗଦିଲିସ୍ଥିତ ଫ୍ଲାଟ, ଭୁବନେଶ୍ବର ସୁନ୍ଦରପଦାରେ ଥିବା ଫ୍ଲାଟ, ମୟୁରଭଞ୍ଜ ବାରିପଦା ମୁର୍ଗାବାଡିସ୍ଥିତ ସରକାରୀ ବାସଭବନରେ ଚଢାଉ ଚାଲିଛି । ଭୁବନେଶ୍ଵର ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ରେଡ୍ ହୋଇଛି । ଏହି ଚଢାଉରେ ୩ ଜଣ ଡିଏସ୍ପି, ୧୨ ଜଣ ଇନସ୍ପେକ୍ଟର, ୨ ଜଣ ସବ୍ ଇନସ୍ପେକ୍ଟର, ୫ ଜଣ ଏଏସ୍ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।