ରାଜ୍ୟ ସ୍ପେଶାଲ ରିପୋର୍ଟ

ନୂଆପଡ଼ାରେ ଚାଞ୍ଚଲ୍ୟ: ନାବାଳକକୁ ମାରିବା ପରେ ଗାଈକୁ ଖାଇଲା ବାଘ

ନୂଆପଡ଼ା: ଗତକାଲି ୬ ବର୍ଷର ନାବାଳକକୁ ମାରିବା ପରେ ଆଜି ସକାଳେ ଏକ ଗାଈକୁ ଖାଇଛି ବାଘ। ଏହି ଗାଈର ମାଲିକ ହେଲେ ଅର୍ଜୁନ ଧୁରୁଆ। ସେ ରାତିରେ ଗୁହାଳରେ ନିଜ ଗାଈକୁ ବାନ୍ଧିଥିଲେ। ହେଲେ ସକାଳେ ଗାଈର ଅଧା ମୃତଦେହ ଘର ପାଖରେ ପଡ଼ିଥିବାର ସେ ଦେଖିବାକୁ ପାଇଥିଲେ। ନୂଆପଡ଼ା ଜିଲ୍ଲା ସଦର ବ୍ଲକ୍ ଧରମବନ୍ଧା ଥାନା ସୁନାବେଡ଼ା ଅଭୟାରଣ୍ୟ କଟିଙ୍ଗପାଣି ଗ୍ରାମରେ ଘଟିଛି ଏଭଳି ହୃଦୟବିଦାରକ ଘଟଣା।

ସୂଚନାଯୋଗ୍ୟ, ସୋମବାର ସଂଧ୍ୟାରେ ଦାଣ୍ଡରେ ଖେଳୁଥିବା ଜଣେ ୬ ବର୍ଷର ନାବାଳକକୁ ବାଘ ଟାଣି ନେଇ ମାରିଦେଇଥିଲେ। ଗୋଧସପଡ଼ାରେ ସୋମବାର ସଂଧ୍ୟାରେ ୩ରୁ ୪ ଜଣ ନାବାଳକ ଏକାଠି ଖେଳୁଥିଲେ। ଏହି ସମୟରେ ହଠାତ୍ ୨ଟି ବାଘ ଆସି ହୁମନ ଧରୁଆଙ୍କ ୬ ବର୍ଷର ପୁଅ ଡମ୍ବରୁକୁ ଟାଣି ନେଇଥିଲେ। ଏହା ଜାଣିବା ପରେ ଗ୍ରାମବାସୀ ଠେଙ୍ଗାବାଡ଼ି ଧରି ଗୋଡ଼ାଇଥିଲେ। ଫଳରେ ୨ଶହ ମିଟର ଦୂରରେ ଏକ ପଥର ଚଟାଣରେ ନାବାଳକକୁ ଛାଡ଼ି ବାଘଦ୍ବୟ ପଳାଇ ଯାଇଥିଲେ। ଗ୍ରାମବାସୀ ପହଞ୍ଚିବାର କିଛି ସମୟରେ ପରେ ନାବାଳକର ମୃତ୍ୟୁ ହୋଇ ଯାଇଥିଲା। ଖବର ପାଇ ବନ କର୍ମଚାରୀମାନେ ମଧ୍ୟରେ ଗାଁରେ ପହଞ୍ଚି ମୃତଦେହ ନେଇ ନୂଆପଡ଼ା ଡାକ୍ତରଖାନାକୁ ଆସିଥିବା ଜଣାଯାଇଛି। ଗ୍ରାମବାସୀଙ୍କ କହିବା ଅନୁସାରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ବାଘ ଥିଲେ।

ଏବାବଦରେ ସୁନାବେଡ଼ା ଅଭୟାରଣ୍ୟ ବନ୍ୟଜନ୍ତୁ ବିଭାଗ ଡିଏଫ୍‌ଓ ମହାଦେବ ବୁଡ଼େକ କହିଛନ୍ତି ଯେ ବାଘ ଜଣେ ନାବାଳକଙ୍କୁ ମାରିଥିବା ଖବର ପାଇବା ପରେ ବନ ଅଧିକାରୀମାନଙ୍କୁ ଘଟଣାସ୍ଥଳକୁ ପଠାଯାଇଥିଲା। ସେମାନେ ନାବାଳକର ମୃତଦେହ ଉଦ୍ଧାର କରି ନୂଆପଡ଼ା ମୁଖ୍ୟ ଡାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ଆଣିଥିଲେ। ବନ ବିଭାଗ ଅଧିକାରୀମାନେ ବାଘ ଓ ଗ୍ରାମବାସୀଙ୍କୁ ସୁରକ୍ଷା ଦେବା ସହ ଜଗି ରହିଥିଲେ। ପ୍ରକାଶ ଥାଉକି ନୂଆପଡ଼ା ସଦର ବ୍ଲକ୍‌ ହଳଦି ଗ୍ରାମରେ ୨୦୧୭ ମସିହାରେ ନାବାଳକ ଛଗନ ପାଣ୍ଡେଙ୍କୁ ବାଘ ଟାଣି ନେଇ ମାରି ଦେଇଥିଲା। ସେହିପରି ୨୦୨୨ ମସିହାରେ ସୁନାବେଡ଼ା ଅଭୟାରଣ୍ୟ ଜଲମଣି ଗ୍ରାମର ଜଣେ ବୃଦ୍ଧାଙ୍କୁ ମଧ୍ୟ ବାଘ ଟାଣି ନେଇ ମାରିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।