ଧର୍ମ ରାଜ୍ୟ

ପବିତ୍ର ଫାଲଗୁନ ଶୁକ୍ଳ ସପ୍ତମୀ : ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୦୯।୦୩ : ଆଜି ପବିତ୍ର ଫାଲଗୁନ ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅପରାହ୍ନରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ସାଧାରଣଲୋକେ ।

ଖବର ଅନୁଯାୟୀ, ବୁଧବାର ଫାଲଗୁନ ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ହେବ ବନକଲାଗି। ଏହି ବନକଲାଗି ବା ଶ୍ରୀମୁଖ ସିଂହାର ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୫ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ