କଳା ଓ ସଂସ୍କୃତି ଧର୍ମ ରାଜ୍ୟ

ପାଖେଇ ଆସୁଛି ଘୋଷଯାତ୍ରା, ଆଜି ବସୁଛି ସମନ୍ବୟ କମିଟି ବୈଠକ

ପୁରୀ ୦୧।୦୬: ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହେବ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ। ପୁରୀ ଟାଉନ ହଲ ଠାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଦିନ ୧୧ଟାରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯିବ।

ଖବର ଅନୁଯାୟୀ, ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଗତ ଦୁଇବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ଏହି ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ତେଣୁ ଆଜିର ବୈଠକରେ ଭକ୍ତଙ୍କ ରହଣୀ, ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ଓ ନୀତି କାନ୍ତି ଉପରେ ଆଲୋଚନା କରାଯିବ। ତେବେ ଗତ କିଛିଦିନ ପୂର୍ବେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ବିଶେଷ କରି ସହରର ପରିମଳ ବ୍ୟବସ୍ଥା ଉପରେ ଉଦବେଗ ପ୍ରକାଶ ପାଇଥିଲା।

ସେହିପରି ରାସ୍ତାଘାଟ, ମେଡିକାଲରେ ଖାଲି ପଡିଥିବା ଡାକ୍ତରୀ ପଦ ପୂରଣ ପାଇଁ ଦାବି ହୋଇଥିଲା। ବୁଧବାର ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ ଅନୁଷ୍ଠିତ ହେବାକୁ ଥିବାରୁ ଏଥିରେ ବେଶ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା କରାଯିବ। ବୈଠକରେ ବିଭିନ୍ନ ବିଭାଗ, ବିଧାୟକ, ଜିଲ୍ଲାପାଳ, ଏସପି, ସେବାୟତ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ