ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପାଟଣା: ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା୧/୨: ଭାଲୁ ଆକ୍ରମଣରେ ଗୁରୁତର ଯୁବକଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗୁରୁତର ଯୁବକ ହେଲେ କେତାଙ୍ଗ ଗ୍ରାମର ଭକ୍ତବନ୍ଧୁ ନାଏକ। ଗାଧୋଇବାକୁ ଯାଇଥିବା ବେଳେ ବୁଦା ତଳେ ଶୋଇଥିବା ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଭକ୍ତବନ୍ଧୁ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଯାଇଥିଲେ। ତାଙ୍କ ବାମ ଗୋଡ ଏବଂ ହାତକୁ ଭାଲୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ପରିବାର ଲୋକେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଶୁଭେନ୍ଦୁ ସାଗର ନାଏକ ସୂଚନା ଦେଇଛନ୍ତି। ତେବେ ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ନଥିବାରୁ ଅସନ୍ତୋଷ ଦେଖା ଦେଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ