ଅପରାଧ ରାଜ୍ୟ

ପାନୀୟ ଜଳ ସମସ୍ୟା ନେଇ ତାତିଲେ ଗ୍ରାମବାସୀ : ଗରା, ବାଲ୍‌ଟି ରଖି ଏନ୍‌ଏଚ୍‌ ଅବରୋଧ

କାମାକ୍ଷାନଗର ୬।୬: ପାନୀୟ ଜଳ ସମସ୍ୟା ନେଇ ଜାତୀୟ ରାଜପଥ ଅବରୋଧ । ୫୩ ନମ୍ବର ଜାତୀୟ ରାଜପଥ ବାଉଁଶପାଳ ଛକ ନିକଟରେ ବାଉଁଶପାଳ ଦେହୁରୀ ସାହି ଗ୍ରାମବାସୀ ଗରା, ବାଲ୍‌ଟି ରଖି ରାସ୍ତା ଅବରୋଧ କରିଛନ୍ତି । ଫଳରେ ଉଭୟ ପାର୍ଶ୍ବରେ ଶହ ଶହ ଗାଡି ଅଟକି ରହିଥିଲା ।

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍ ବାଉଁଶପାଳ ପଞ୍ଚାୟତ ଦେହୁରୀ ସାହିର ସୋଲାର ପମ୍ପଟି ଦୀର୍ଘ ଦିନ ହେବ ଅଚଳ ହୋଇପଡିଥିଲା । ତେଣୁ ଲୋକମାନେ ପାନୀୟ ଜଳ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇ ଆସୁଥିଲେ । ଏନେଇ ବିଭାଗୀୟ ଅଧିକାରୀଙ୍କଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ ସମସ୍ତଙ୍କୁ ଜଣାଇଥିଲେ ମଧ୍ୟ କେହି ଶୁଣିଲେନାହିଁ । ଫଳରେ ସୋମବାର ୫୩ ନଂ ଜାତୀୟ ରାଜପଥ ବାଉଁଶପାଳ ଛକ ନିକଟରେ ମହିଳା ମାନେ ଗରା ଓ ବାଲ୍‌ଟି ରଖି ଜାତୀୟ ରାଜପଥ ଅବରୋଧ କରିଥିଲେ । ଖବର ପାଇ କାମାକ୍ଷାନଗର ପୋଲିସ, ବିଭାଗୀୟ ଯନ୍ତ୍ରୀ ଓ ସରପଞ୍ଚ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ୫ ଦିନ ଭିତରେ ପାନୀୟ ଜଳ ସମସ୍ୟା ଦୂର କରିବାର ପ୍ରତିଶ୍ରୁତି ଦେବା ପରେ ପ୍ରାୟ ୧ ଘଣ୍ଟା ପରେ ରାସ୍ତାରୋକ ହଟିଥିଲା। ଯାତାୟତ ଏବେ ସ୍ବାଭାବିକ ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।