ରାଜ୍ୟ ସ୍ପେଶାଲ ରିପୋର୍ଟ

ପିହୁ ଅପହରଣ ମାମଲାର ସିବିଆଇ ତଦନ୍ତ ଦାବି: ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ପିହୁର ମା’

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ଶିଶୁକନ୍ୟା ପିହୁର ଅପହରଣକୁ ୩ ବର୍ଷ ବିତିବାକୁ ବସିଲାଣି। ଏନେଇ ପିହୁର ମା’ ମୋନାଲିସା ନାୟକ ଥାନାଠାରୁ ଆରମ୍ଭ କରି ଜିଲ୍ଲାପାଳ କାର୍ଯ୍ୟାଳୟ, ଏସ୍‌ପି, ଡିଜି, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି। ହେଲେ ଝିଅର କିଛି ଖୋଜଖବର ମିଳୁନାହିଁ। ସବୁଠୁ ନିରାଶ ହେବା ପରେ ଆଜି ପୁଣିଥରେ ମୋନାଲିସା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ପହଞ୍ଚି ଦାବି ପତ୍ର ଦେଇଛନ୍ତି। ଘଟଣାର ସିବିଆଇ ତଦନ୍ତ ପାଇଁ ସେ କମିସନଙ୍କୁ ଗୁହାରି କରିଛନ୍ତି। ଯଦି ୧୫ଦିନ ମଧ୍ୟରେ କୌଣସି ପଦକ୍ଷେପ ନିଆନଯାଏ ତେବେ ଆଗାମୀ ଦିନରେ ସେ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।

ଅନ୍ୟପଟେ ଆୟୋଗର ଅଧ୍ୟକ୍ଷା ମନ୍ଦାକିନୀ କର କହିଛନ୍ତି, ସିବିଆଇ ତଦନ୍ତ ତାଙ୍କ ଆଇନ୍‌ ପରିସରଭୁକ୍ତ ନୁହେଁ। ହେଲେ ପିହୁର ଖୋଜଖବର ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେଇଛନ୍ତି। ସେ କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ଅନୁଗୁଳ ଏବଂ ବାଲେଶ୍ବର ଜିଲ୍ଲାର ଡିସିପିଓଙ୍କୁ ଚିଠି କରିଥିଲେ। ହେଲେ ସେଠାରେ ପିହୁଭଳି କୌଣସି ଛୋଟ ପିଲାଙ୍କ ବିଷୟରେ କିଛି ଖବର ନଥିଲା। ଏହାଛଡ଼ା ସେ ପିହୁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏବଂ ଗୃହ ବିଭାଗକୁ ଚିଠି ମଧ୍ୟ କରିଛନ୍ତି। ପିହୁ ସମ୍ପର୍କରେ ଜାଣିବା ପାଇଁ ତଦନ୍ତ ଜାରି ରହିଛି ବୋଲି ସେ କହିଛନ୍ତି।

ପ୍ରକାଶ ଥାଉ କି, ୨୦୨୦ ଅଗଷ୍ଟ ୯ ତାରିଖ ପୂର୍ବାହ୍ନରେ ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ଶିଶୁ କନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ ପିହୁ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଥିଲା। କେହି ଦୁର୍ବୃତ୍ତ ପିହୁକୁ ଉଠାଇଥିବା ନେଇ ମା’ ମୋନାଲିସା ଥାନାରେ ଅଭିଯୋଗ କରିଥିଲେ। ବିଞ୍ଝାରପୁର ପୁଲିସ କେସ ନମ୍ବର ୨୨୮/୨୦ରେ ଏକ ଅପହରଣ ମାମଲା ରୁଜୁ କରିଥିଲା। ଥାନାରୁ ନିରାଶ ହେବା ପରେ ଝିଅକୁ ପାଇବା ପାଇଁ ମୋନାଲିସା ଏସ୍‌ପିଙ୍କଠାରୁ ଜିଲ୍ଲାପାଳ, ରାଜ୍ୟ ପୁଲିସ ମୁଖ୍ୟାଳୟ, ରାଜ୍ୟ ମହିଳା କମିସନଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଗୁହାରି କରିଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।