ଅପରାଧ ରାଜ୍ୟ

ପୁଣି ମାତିଲେ ଲାଲବାହିନୀ: ମୁନିଗୁଡ଼ାରେ ୯ଟି ଗାଡ଼ି ଜାଳିଦେଲେ ମାଓବାଦୀ

ରାୟଗଡ଼ା: ରାୟଗଡ଼ାରେ ପୁଣି  ମାଓବାଦୀଙ୍କ ଲାଲ ତାଣ୍ଡବ। ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡ଼ି ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତ। ଘଟଣା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମହିଳା କ୍ୟାଡରଙ୍କ ସମେତ ୧୦ରୁ ଉର୍ଦ୍ଧ୍ଵ ସଶସ୍ତ୍ର ମାଓବାଦୀ ମୁନିଗୁଡ଼ା ଅନ୍ତର୍ଗତ ଦେଓକୁପୁଲି ଛକ ନିକଟରେ ଥିବା କ୍ରସରରେ ପହଞ୍ଚିଥିଲେ। ପ୍ରଥମେ ୫ ଜଣ ମାଓବାଦୀ ସିକ୍ୟୁରିଟି ଗାର୍ଡଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ଗେଟ ପାଖରେ ରଖି ସେମାନଙ୍କଠାରୁ ମୋବାଇଲ ନେଇଯିବା ପରେ ଅନ୍ୟ ମାଓବାଦୀମାନେ କ୍ରସରରେ ଥିବା ମେସିନଗୁଡ଼ିକରେ ନିଆଁ ଲଗାଇ ଦେଇଥିଲେ। ମାଓବାଦୀମାନେ କ୍ରସରରେ ଥିବା ଦୁଇଟି ପ୍ରୋକ୍ଲିନ ମେସିନ୍, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ଟି ଗାଡି ଜାଳିଦେଇଛନ୍ତି।

ମାଓବାଦୀମାନେ ଯିବା ସମୟରେ ପୋଷ୍ଟର ଛାଡ଼ି ଯାଇଛନ୍ତି। କ୍ରସର ଦ୍ୱାରା ପରିବେଶ ପ୍ରଦୂଷଣ ସହ ଚାଷ କ୍ଷତି, ଭାରୀଯାନ ଯାତାୟତ ଯୋଗୁଁ ରାସ୍ତା ନଷ୍ଟ, ପଥର ବ୍ଲାଷ୍ଟିଂ ଯୋଗୁଁ ପିଲାଙ୍କ ଶ୍ରବଣ ଶକ୍ତି ନଷ୍ଟ ହେଉଥିବା ପୋଷ୍ଟରରେ ଲେଖାଯାଇଛି। ଏହି ଘଟଣା ବଂଶଧାରା ଘୁମୁସର ନଗାବଳୀ ଡିଭିଜନ ତରଫରୁ ଘଟାଯାଇଥିବା ଉଲ୍ଲେଖ ରହିଛି। ଖବର ପାଇ ମୁନିଗୁଡ଼ା ପୁଲିସ ପହଞ୍ଚି ପୋଷ୍ଟର ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।