ରାଜ୍ୟ ସ୍ୱାସ୍ଥ୍ୟ

ପୁଣି ରାଜ୍ୟରୁ ଚିହ୍ନଟ ହେଲେ ୨୭୧ ପଜିଟିଭ୍, ୨ ମୃତ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । କିନ୍ତୁ ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୬୯୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୩୪୪ ରହିଥିବା ବେଳେ ୨ ହଜାର ୯୩୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୭୦କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ଓ ଭଦ୍ରକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ