ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଣି ୧୪ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ: ସୁନ୍ଦରଗଡ଼ ଜିଲ୍ଲାରେ ଏବେ ୪୩୦ ଆକ୍ରାନ୍ତ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ। ଗୋଟିଏ ଦିନରେ ଜିଲ୍ଲାରେ ପୁଣି  ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ୯୯ ନମୂନ ରୁ ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧରଣୀରଞ୍ଜନ ଶତପଥୀ ସୂଚନା ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି। ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।

ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୪୩୦ ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।
ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।