ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁରୀରେ ପୁଣି ଗଡ଼ିଲା ରଥ: ନନ୍ଦିଘୋଷ ଓ ଦର୍ପଦଳନ ରଥକୁ ଟାଣିନେଉଛନ୍ତି ଶ୍ରଦ୍ଧାଳୁ

 ସେୟାର

ପୁରୀ: ପୁରୀରେ ପୁଣି  ଗଡ଼ିଲା ରଥ। ପୁଣି ହେଲା ରଥଟଣା। ଗତକାଲି ଅଧାବାଟରେ ଅଟକି ରହିଥିବା ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ହେଉଛି। ଶ୍ରଦ୍ଧାଳୁମାନେ ମନପ୍ରାଣ ଦେଇ ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଉଛନ୍ତି। ଗତକାଲି ବଡ଼ଶଙ୍ଖରେ ଅଟକିଥିଲା ଦର୍ପଦଳନ ରଥ । ସେହିପରି ଗଳଗଣ୍ଡି ଛକରେ ନନ୍ଦିଘୋଷ ରଥ ଅଟକିଥିଲା। ଦେବୀ ସୁଭଦ୍ରା ଓ କାଳିଆ ସାଆନ୍ତଙ୍କ ରଥକୁ ଗୁଣ୍ଡିଚା ମନ୍ଦିର ନିକଟକୁ ନିଆଯିବ। ହେଲେ, ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଶରଧାବାଲିରେ ପହଞ୍ଚିଯାଇଛି ।

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ଜାରି ରହିଛି। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରାଯିବା ପରେ ମହାବାହୁଙ୍କ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା। ଗତକାଲି ବିଶ୍ବନିୟନ୍ତା ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷକୁ ଭକ୍ତମାନେ ଶ୍ରଦ୍ଧାର ସହିତ ଶରଧାବାଲି ଆଡ଼କୁ ଟାଣି ନେଇଥିଲେ। ମଙ୍ଗଳବାର ଅପରାହ୍‌ଣ ୪ଟା ୪୦ରେ ନନ୍ଦିଘୋଷ, ୩ଟା ୫୫ରେ ଦର୍ପଦଳନ ଏବଂ ୩ଟା ୪ ମିନିଟରେ ତାଳଧ୍ବଜ ଶରଧାବାଲି ଅଭିମୁଖେ ଗଡ଼ିଥିଲା। ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ଟାଣିବା ଆରମ୍ଭ କରିଦେଇଥିଲେ। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡ଼ିଥିଲା। ହେଲେ ଗତକାଲି ରଥଟଣା ଅସମାପ୍ତ ରହିଥିଲା। ସନ୍ଧ୍ୟା ପରେ ଅର୍ଥାତ୍ ରାତି ୮ଟା ଯାଏ ରଥଟଣାଯିବା ପରେ ବି ମହାପ୍ରଭୁଙ୍କ ନନ୍ଦିଘୋଷ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିପାରିନଥିଲେ। ବଳଗଣ୍ଡି ଛକ ମାଉସୀ ମା’ଙ୍କ ମନ୍ଦିର ଆଗରେ ନନ୍ଦିଘୋଷ ଓ ବଡ଼ଶଙ୍ଖ ନିକଟରେ ଦର୍ପଦଳନ ରଥ ଅଟକିଥିଲେ। ତେବେ ବଡ଼ଠାକୁରଙ୍କ ତାଳଧ୍ବଜ ରଥ ଶରଧାବାଲିରେ ପହଞ୍ଚିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।