ଅପରାଧ ରାଜ୍ୟ

ପୁରୀରେ ଯୁବ ସେବାୟତଙ୍କୁ ହତ୍ୟା ଘଟଣା, ପାରିବାରିକ ବିବାଦରୁ ଗୁଳିମାଡ଼-ଏସ୍‌ପି

ପୁରୀ ୨୫।୦୫: ପୁରୀ ଏମାର ମଠ ନିକଟରେ ଯୁବ ସେବାୟତଙ୍କୁ ଗୁଳିକରି ହତ୍ୟା ଘଟଣା। ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକ ସହ ଆଉ ୨ଜଣକୁ ଅଟକ ରଖିଛି ପୋଲିସ। ଏତଲାରେ ୩ ଜଣଙ୍କ ନାଁ ରହିଛି। ତେବେ ପାରିବାରିକ ବିବାଦକୁ ନେଇ ଗୁଳିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ଅଭିଯୁକ୍ତ ଚନ୍ଦନ ବନ୍ଧୁକ କେଉଁଠୁ ଆଣିଥିଲା ତାର ତଦନ୍ତ ଚାଲିଛି। ଏନେଇ ୫ଜଣିଆ ଟିମ ଗଠନ ହୋଇଥିବା ପୁରୀ ଏସପି କନୱର ବିଶାଳ ସିଂ କହିଛନ୍ତି।

ଖବର ଅନୁଯାୟୀ, ମଙ୍ଗଳବାର ରାତିରେ ପୁରୀ ଏମାର ମଠ ନିକଟରେ ସେବାୟତଙ୍କୁ ଗୁଳିମାଡ ହୋଇଥିଲା। ଗୁଳିମାଡ଼ରେ ତଳୁଛ ସାହିର ସେବାୟତ ଶିବରାମ ପାତ୍ରଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ସିଂହଦ୍ଵାର, ଟାଉନ୍ ଥାନା ପୋଲିସ ସହ ଏସପି କନୱର ବିଶାଳ ସିଂ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଶିବରାମ ବାଇକ ଯୋଗେ ଘରୁ ଆସୁଥିବା ସମୟରେ ଦୁର୍ବୁତ୍ତ ମାନେ ଏମାର ମଠ ନିକଟରେ ତାଙ୍କ ମୁଣ୍ଡ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ।‌ ଘଟଣାସ୍ଥଳରେ ହିଁ ଶିବାରାମ ଟଳି ପଡ଼ିଥିଲେ। ସେଠାରେ ତାଙ୍କର ବାଇକ ଓ ମୋବାଇଲ ବ୍ଲୁ ଟୁଥ୍ ପଡିଥିଲା। ଗୁଳି ମାଡ କରିଥିବା ଅଭିଯୁକ୍ତ ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକକୁ ପୋଲିସ ଅଟକ ରଖିଥିବା ବେଳେ ତା ଠାରୁ ଗୋଟିଏ ବନ୍ଧୁକ ମଙ୍ଗଳବାର ରାତିରେ ହିଁ ଜବତ ହୋଇଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।