ଅପରାଧ କଳା ଓ ସଂସ୍କୃତି ଧର୍ମ ରାଜ୍ୟ ସ୍ୱାସ୍ଥ୍ୟ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ପୁରୀ:  ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି। ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଅନ୍ୟ ୧୯ ଜଣ ଚିକିତ୍ସାଧୀନ ଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ଗତ ବୁଧବାର (ମେ’ ୨୯ ତାରିଖ) ପୁରୀରେ ନରେନ୍ଦ୍ର ପୁଷ୍କରିଣୀ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଥିଲେ। ଯେଉଁମାନଙ୍କର ସ୍ଥିତି ଗୁରୁତର ଥିଲା, ସେମାନଙ୍କୁ କଟକ ଓ ଭୁବନେଶ୍ବରର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସାମାନ୍ୟ ଆହତ ଥିବା ଲୋକଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ସୁବିଧା ଦିଆଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ