ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଲିସ ଗାଡିକୁ ପିଟିଲା ଟ୍ରକ: ୨ ମୃତ

ବୌଦ୍ଧ/ଲକ୍ଷ୍ମୀପ୍ରସାଦ: ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ  ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ତେଲିବନ୍ଧ କମଳପୁର ଛକ ନିକଟରେ ବୁଧବାର ଭୋର ୫ଟାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ବୋଲେରୋକୁ ଟ୍ରକ ପିଟିଦେବାରୁ ଗାଡି ଦୁଇଟି ଚୂରମାର ହୋଇଯାଇଛି। ଘଟଣାସ୍ଥଳରେ ବୋଲେରୋ ଡ୍ରାଇଭର ପ୍ରଶାନ୍ତ ରଣା ଓ ବାଉଁଶୁଣି ଥାନାର ହୋମଗାର୍ଡ ଜଗନ୍ନାଥ ମେହେରଙ୍କ ମୃତ୍ୟୁ ହୋଇଛି।

ସୂଚନାଯୋଗ୍ୟ ଯେ, କଟକରେ ଏକ ରେସକ୍ୟୁ ଅପରେଶନରେ ଯୋଗଦେବାକୁ ଯାଇଥିଲେ ବାଉଁଶୁଣି ଥାନାର ଏଏସଆଇ ନାଗରାଜ ପ୍ରଧାନ ଓ ଗୃହରକ୍ଷୀ ସୁଶାନ୍ତ ସାହୁ ଏବଂ ‌ଜଗନ୍ନାଥ ମେହେର। ସେଠାରୁ ଏକ ପ୍ରାଇଭେଟ ବୋଲେରୋରେ ସେମାନେ ବାଉଁଶୁଣି ଫେରୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ବୋଲେରୋକୁ ଧକ୍କା ଦେଇଥିଲା। ଗୁରୁତର ଏଏସଆଇ ନାଗରାଜ ପ୍ରଧାନ ଓ ହୋମଗାର୍ଡ ସୁଶାନ୍ତଙ୍କୁ ବୌଦ୍ଧ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ଛାଡି ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି। । ଘଟଣା ସ୍ଥଳରେ ଜହ୍ନ।ପଙ୍କ ଫାଣ୍ଡି ଅଧିକାରୀ କୁମୁଦ ଚନ୍ଦ୍ର ଭୋଇ ଓ ବାଉଁଶୁଣି ଥାନା ଅଧିକାରୀ ଅରୁଣ କୁମାର ସିଂହ ପହଞ୍ଚି ଗାଡି ଦୁଇଟିକୁ ଜବତ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ତଦନ୍ତ ଜାରି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।