ଅପରାଧ ରାଜ୍ୟ

ପୂର୍ବଶତ୍ରୁତାରୁ ଗୁଳିକାଣ୍ଡ, ମୁଣ୍ଡ ଓ ପିଠିରେ ବାଜିଛି ୨ଟି ଗୁଳି

ସୋନପୁର ୧୭।୧୦ : ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୋନପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡ଼ପାଲି ଗାଁରେ ଘଟିଛି ଏପରି ଘଟଣା । ବୀରମହାରାଜପୁର ପୋଲିସର ତଦନ୍ତ ଆରମ୍ଭ ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବା ବେଳେ ବାଘରତୈଲା ଗାଁର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ । ପଞ୍ଚାନନଙ୍କ ମୁଣ୍ଡ ଓ ପିଠିରେ ୨ଟି ଗୁଳି ରହିଯାଇଥିଲା । ଯାହାଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଦେହରୁ ୨ଟି ଗୁଳି କଢାଯାଇଥିଲା । କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ବଡ ମେଡିକାଲକୁ ସ୍ତାନାନ୍ତର କରାଯାଇଛି । ବୀରମହାରାଜପୁର ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।