ଅପରାଧ ରାଜ୍ୟ

ପେଟ୍ରୋଲ ପମ୍ପ ନିକଟରେ ପଡିଛି ଯୁବକଙ୍କ ମୃତଦେହ, ପୋଲିସ ଖୋଜୁଛି କାରଣ

ସମ୍ବଲପୁର ୨୯।୦୫: ପେଟ୍ରୋଲ ପମ୍ପ୍ ନିକଟରୁ ଅଜଣା ମୃତଦେହ ଠାବ। ସମ୍ଵଲପୁର ଜିଲ୍ଲା ଗୋଶାଳାରେ ଥିବା ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟରୁ ଅଜଣା ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ। ପୋଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ପଟ୍ରୋଲ ପମ୍ପ ନିକଟରେ ମୃତଦେହ ପଡିଥିବା ନେଇ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ମୃତକଙ୍କର ମୁହଁରେ କ୍ଷତ ଚିହ୍ନ ରହିଥିବାରୁ ଏହା ଦୁର୍ଘଟଣା ଜନିତ ମୃତ୍ୟୁ କିମ୍ଵା କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ପରେ ଏହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।