ରାଜ୍ୟ ସ୍ପେଶାଲ ରିପୋର୍ଟ

ପ୍ରକାଶ ପାଇଲା ମାଟ୍ରିକ୍, ମଧ୍ୟମା ଏସ୍‌ଏ-୧ ପରୀକ୍ଷାଫଳ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍‌) ଓ ମଧ୍ୟମା(ସଂସ୍କୃତ ଟୋଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍‌ଏ-୧) ଫଳାଫଳ ପ୍ରକାଶ ପାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ/ମୁଖ୍ୟମାନେ ପରୀକ୍ଷାର୍ଥୀଙ୍କ ଟାବୁଲେସନ ରେଜିଷ୍ଟର(ଟିଆର୍‌) ନିଜ ସ୍କୁଲ୍‌ କୋଡ୍‌ ଓ ପାସ୍‌ୱାର୍ଡ ବ୍ୟବହାର କରି ଡାଉନ୍‌ଲୋଡ୍‌ କରିପାରିବେ। ପରୀକ୍ଷା ନମ୍ବରକୁ ନେଇ ଅସନ୍ତୋଷ ବ୍ୟକ୍ତ କରୁଥିବା ପରୀକ୍ଷାର୍ଥୀ ଉଭୟ ଅବ୍‌ଜେକ୍ଟିଭ୍ ଓ ସବ୍‌ଜେକ୍ଟିଭ୍‌ ପାଇଁ ଚଳିତମାସ ୨୦ରୁ ୩୦ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ରିଚେକିଂ ପାଇଁ ଆବେଦନ କରିପାରିବେ। ଫଳାଫଳ ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଉପଲବ୍ଧ ହେଉଛି।

ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା(ଓପନ ସ୍କୁଲ-୨୦୨୨) ଫଳ ମଧ୍ୟ ପ୍ରକାଶ ପାଇଛି। ସାମଗ୍ରିକ ପାସ୍‌ ହାର ୭୧.୮୩ ପ୍ରତିଶତ ରହିଛି। ୫୧୫୭ପାସ୍ କରିଥିବା ବେଳେ ୧୪୭୧ଅକୃତକାର୍ଯ୍ୟ ହୋଇଛନ୍ତି। ପରୀକ୍ଷାଫଳ ବୋର୍ଡ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେଉଛି। ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ୩୦ତାରିଖ ପର୍ଯ୍ୟନ୍ତ ଅଫଲାଇନ୍‌ରେ ରିଚେକିଂ ପାଇଁ ଆବେଦନ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ଉଭୟ ମାଟ୍ରିକ୍ ଓ ମଧ୍ୟମା ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ଅନୁପସ୍ଥିତି ଉଦ୍‌ବେଗଜନକ ରହିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।