ଭୁବନେଶ୍ୱର, ୨୭/୦୭: ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଘୋଷଣା ହୋଇଛି । ବୁଧବାର ୪ଟା ସମୟରେ ଏହି ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯାଇଛି । କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

