ଅପରାଧ ରାଜ୍ୟ

ପ୍ରତିଶୃତି ଦେଇ ଭୁଲିଗଲା ପ୍ରଶାସନ, ସହାୟତା ପୂରଣ ଦାବିରେ ଚାଷୀଙ୍କ ରାଜରାସ୍ତା ଅବରୋଧ

କୁଚିଣ୍ଡା ୧୯।୦୯ : ରାଜରାସ୍ତାରେ ଚାଷୀ । ୨୦୨୧ ମସିହା ପ୍ରଧାନମନ୍ତ୍ରୀ ଫସଲ ବୀମା ଓ ମଧ୍ୟବର୍ତ୍ତୀକାଳୀନ ସହାୟତା ଦାବିରେ ଆନ୍ଦୋଳନ । ସମ୍ବଲପୁର କୁଚିଣ୍ଡା ଉପଖଣ୍ଡ ଷଣ୍ଢପଥର ଠାରେ ୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ଜମନକିରା ବ୍ଲକ ମିଳିତ କୃଷକ ସଂଗଠନ ସହ କୁଚିଣ୍ଡା ଉପଖଣ୍ଡର ଚାଷୀ ଏବଂ ବିଭିନ୍ନ ସଂଗଠନ । ରାସ୍ତାର ଉଭୟ ପଟେ ଅନେକ ଗାଡି ଅଟକି ରହିଛି।

ଖବର ଅନୁଯାୟୀ, ୨୦୨୧ ମସିହା ଖରିଫ ଚାଷରେ ଅଞ୍ଚଳରେ ବୃଷ୍ଟିପାତ ଯୋଗୁଁ ଅଞ୍ଚଳରେ ମରୁଡି ଦେଖାଦେଇଥିଲା । ଚାଷୀମାନେ ଏନେଇ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ ଚୁପ୍‌ ବସିଥିଲା । ଶେଷରେ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଚାଷୀମାନେ ଅଗଷ୍ଟ ୨୩ ତାରିଖ ଦିନ ରାଜ ରାଜରାସ୍ତା ଅବରୋଧ କରିଥିଲେ । କିନ୍ତୁ ଉପଜିଲ୍ଲାପାଳ ଆଦିତ୍ୟ ଗୋୟଲ ଆନ୍ଦୋଳନସ୍ଥଳକୁ ଆସି ଚାଷୀଙ୍କୁ ବୁଝାସୁଝା କରିବାରୁ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା । ହେଲେ ଘଟଣାକୁ ମାସେ ବିତିଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନଥିଲା । ଶେଷରେ ବାଧ୍ୟ ହୋଇ ଚାଷୀମାନେ ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଆନ୍ଦୋଳନ ଲାଗି ରାସ୍ତାର ଉଭୟ ପଟେ ଅନେକ ଗାଡି ଅଟକି ରହିଛି । ଯାହାଫଳରେ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।