ଖେଳ ଦେଶ ବିଦେଶ

ପ୍ରଥମ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ଗୁଜୁରାଟ ଓ ରାଜସ୍ଥାନ : ସିଧା ଫାଇନାଲକୁ ଯିବ ବିଜୟୀ ଟିମ୍

ଭୁବନେଶ୍ୱର ୨୪/୦୫: ଚଳିତ ଆଇପିଏଲ୍‌ର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି । ମଙ୍ଗଳାବାର ଦିନ ପ୍ଲେ-ଅଫ୍‌ ରାଉଣ୍ଡ ଆରମ୍ଭ ହେବ । ପ୍ରଥମ କ୍ୱାଲିଫାୟର ମୁକାବିଲାରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ । ଇଡେନ୍‌ ଗାର୍ଡେନ୍ସରେ ଏହି ମ୍ୟାଚ୍‌ ଖେଳାଯିବ। ବିଜୟୀ ଦଳ ସିଧା ସଳଖ ଫାଇନାଲ୍‌କୁ ଉନ୍ନୀତ ହେବ । ପରାଜିତ ଦଳ ପାଇଁ ମଧ୍ୟ ଆଉ ଏକ ସୁଯୋଗ ରହିଛି । ଲିଗ୍‌ ପର୍ଯ୍ୟାୟରେ ସର୍ବାଧିକ ପଏଣ୍ଟ ଅର୍ଜନ କରିଥିବା ଟାଇଟନ୍ସ ଆଧିପତ୍ୟ ଜାରି ରଖିବାକୁ ଯୋଜନା କରିଛି । ଅନ୍ୟ ପଟରେ ରୟାଲ୍ସ ଦଳ ପୂର୍ବ ପରାଜୟର ପ୍ରତିଶୋଧ ନେବା ସହ ଫାଇନାଲ୍‌ରେ ପ୍ରବେଶ କରିବାକୁ ଲକ୍ଷ୍ୟ ରଖିଛି ।

ରୟାଲ୍ସ ଦଳ ୨୦୦୮ ସିଜନରେ ଚାମ୍ପିଅନ୍‌ ହୋଇଥିଲା । ଏହା ପରଠୁ କେବେ ବି ଫାଇନାଲ୍‌ରେ ପ୍ରବେଶ କରିପାରିନାହିଁ । ଆଜି ଦଳ ନିକଟରେ ସୁଯୋଗ ରହିଛି । ପ୍ରାୟତଃ ସବୁ ଖେଳାଳି ଫର୍ମରେ ରହିଛନ୍ତି । କେବଳ ଜୋସ ବଟଲର ସଫଳ ହେଲେ ରୟାଲ୍ସ ବିଜୟ ସହଜ ହେବ ।

ଟାଇଟନ୍ସ ଦଳ ସିଜନ ଆରମ୍ଭରୁ ସବୁ ପୂର୍ବାନୁମାନକୁ ଭୁଲ ପ୍ରମାଣିତ କରିଆସିଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟାଇଟନ୍ସ ଦଳ ଚମତ୍କାର ପ୍ରଦର୍ଶନ କରିଥିଲା । ଟସ୍‌ ମଧ୍ୟ ଦଳକୁ ପ୍ରଭାବିତ କରିନଥିଲା । ପ୍ରଥମ ଦଳ ଭାବେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେବା ସହ ଟାଇଟନ୍ସ ବିଜୟୀ ହୋଇଥିଲା । ଉଭୟ ଦଳ ସମାନ ରଣନୀତି ନେଇ ଖେଳିବା ନିଶ୍ଚିତ । ଅର୍ଥାତ ୬ ବ୍ୟାଟର ଓ ୫ ବୋଲର ନେଇ ଉଭୟ ଦଳ ଗ୍ରାଉଣ୍ଡକୁ ଓହ୍ଲାଇବେ । ଟାଇଟନ୍ସ ପକ୍ଷରୁ ପାଣ୍ଡ୍ୟାଙ୍କ ଉପରେ ନଜର ରହିବ । ଉଭୟ ଦଳ ମଧ୍ୟରେ ଅନୁଷ୍ଠିତ ଲିଗ୍‌ ମ୍ୟାଚ୍‌ରେ ପାଣ୍ଡ୍ୟା ୮୭ ରନ୍‌ର ଇନିଂସ ଖେଳିଥିଲେ । ସେହିପରି ଗତ କିଛି ମ୍ୟାଚ୍‌ରେ ଆଖି ଦୃଶିଆ ପ୍ରଦର୍ଶନ କରିପାରି ନଥିବା ବଟଲରଙ୍କ ବ୍ୟାଟ୍‌ରୁ ରୟାଲ୍ସ ବଡ ଇନିଂସର ଆଶା ରଖିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ