ରାଜ୍ୟ ସ୍ପେଶାଲ ରିପୋର୍ଟ

ପ୍ରଦୀପ ଜେନା ହେଲେ ନୂଆ ମୁଖ୍ୟ ସଚିବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବେନଶ୍ବର : ରାଜ୍ୟ ସରକାର ୧୯୮୯ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ତଥା ଉନ୍ନୟନ କମିସନର ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର ଫେବ୍ରୁଆରି ୨୮ତାରିଖରେ କାର୍ଯ୍ୟକାଳ ଶେଷ ହେଉଥିବାରୁ ଶ୍ରୀ ଜେନା ଏହାପରେ ଦାୟିତ୍ବ ଗ୍ରହଣ କରିବେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ରବିବାର ଦିନ ଏସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ଜେନା ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ ଭାବେ ମାର୍ଚ୍ଚ ୧ ତାରିଖରେ ଦାୟିତ୍ବ ଗ୍ରହଣ କରିବେ।

ସେହିପରି ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତଥା‌ ୧୯୯୧ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅନୁ ଗର୍ଗଙ୍କୁ ରାଜ୍ୟ ସରକାର ଉନ୍ନୟନ କମିସନର ଏବଂ ଯୋଜନା ଓ ସଂଯୋଜନା ବିଭାଗର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀମତୀ ଗର୍ଗ ମଧ୍ୟ ମାର୍ଚ୍ଚ ୧ରେ ନୂଆ ଦାୟିତ୍ବ ଗ୍ରହଣ କରିବେ। ଏହାସହ ସେ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ।

ସୂଚନାଯୋଗ୍ୟ ଯେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ରାଜ୍ୟ ସରକାର ଦୁଇ ଥରରେ ୧ବର୍ଷ ପାଇଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରିଥିଲେ। ଯାହା ଫେବ୍ରୁଆରି ୨୮ରେ ଶେଷ ହେବ।

ଅପରପକ୍ଷେ ପ୍ରଦୀପ ଜେନା ମୁଖ୍ୟ ସଚିବ ହେବା ପରେ କୃଷି ଉତ୍ପାଦନ କମିସନର, ସ୍ବତନ୍ତ୍ର ରିଲିଫ କମିସନର, ଓସ୍‌ଡମାର ପରିଚାଳନା ନିର୍ଦ୍ଦେଶକ ପଦବି ଖାଲି ପଡ଼ିବ। ଏହା ସହ ମୁଖ୍ୟ ସଚିବ ପ୍ରଶାସନିକ ସ୍ତ‌ରରେ କିଛି ଅଦଳ ବଦଳ କରିପାରନ୍ତି। ତେଣୁ ଖୁବ୍‌ ଶୀଘ୍ର ଆଇଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ହେଉଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।