ଅପରାଧ ରାଜ୍ୟ

ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ! ପ୍ରେମକୁ ସ୍ବୀକୃତି ନମିଳିବାରୁ ଆତ୍ମହତ୍ୟା ସନ୍ଦେହ

ନବରଙ୍ଗପୁର ୨୯।୬: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ୍ ଅନ୍ତର୍ଗତ ଯବାଗୁଡ଼ା ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଅଭିଯୋଗ । ଗଛରେ ଦଉଡି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ଯୁବକ ଜଣକ ପାପଡାହାଣ୍ଡି ବ୍ଲକ୍ ଖୁଟୁବାଇ ପଞ୍ଚାୟତର ଦାମାପାଲା ଗ୍ରାମର ଡମ୍ବରୁ ହରିଜନ ଏବଂ ସେହି ଗାଁ ଜବାଗୁଡ଼ାର ଝିଅ ତିଳେଇ ହରିଜନ ବୋଲି ଜଣାପଡ଼ିଛି । ପ୍ରେମୀ ଯୁଗଳ ଦୁହେଁ ସମ୍ପର୍କୀୟ ହୋଇଥିବା ବେଳେ ଦୁହିଁଙ୍କ ପ୍ରେମକୁ କୌଣସି କାରଣରୁ ସ୍ବୀକୃତି ନମିଳିବାରୁ ଆତ୍ମହତ୍ୟା କରିଥିବା କୁହାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।