ଅପରାଧ ରାଜ୍ୟ

ପ୍ରେମ ବ୍ୟାପାରକୁ ନେଇ ହତ୍ୟାକାଣ୍ଡ ଘଟଣା, କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକ

ଯାଜପୁର ୩୦।୧୧ : ଯାଜପୁର କାଳିଆପାଣି ଖଣି ଅଞ୍ଚଳରେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ହୋଇଥିବା ହତ୍ୟାକାଣ୍ଡ ଘଟଣା। ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ। ଅଭିଯୁକ୍ତର ଟ୍ରକ୍ ଜାଳି ଦେଲେ ଉତ୍ୟକ୍ତ ଲୋକେ। ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ଙ୍କୁ ବୁଝାସୁଝା କରୁଛି ପୋଲିସ।

ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି କାଳିଆପାଣି ପୋଲିସ। ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ପ୍ରେମିକାର ଭାଇକୁ ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ହୋଇଛି।। ଯାଜପୁର କାଳିଆପାଣି ଥାନା ତାରିଣୀ ଛକରେ ଗତକାଲି ଏହି ହତ୍ୟାକାଣ୍ଡ ଘଟିଥିଲା। ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ଜଣେ ଯୁବକ ଯୁବତୀଙ୍କ ବାପା ଓ ଭାଇକୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଫଳରେ ଯୁବତୀଙ୍କ ଭାଇଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ବାପା ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସୁକିନ୍ଦା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତ ଯୁବକକୁ ଅଟକ ରଖି ପୋଲିସ ତଦନ୍ତ ଜାରି ରଖିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।