ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଫେବୃଆରୀ ୧୪ରୁ ରାଜ୍ୟରେ ୨ୟ ପର୍ଯ୍ୟାୟ ଟିକାକରଣ, ଏବେ ଯାଏଁ ୧ଲକ୍ଷରୁ ଅଧିକ ନେଇସାରିଛନ୍ତି ଭାକ୍‌ସିନ୍‌

ଭୁବନେଶ୍ବର ୨୫।୦୧: ଫେବୃଆରୀ ୧୦ ସୁଦ୍ଧା ରାଜ୍ୟରେ ସମସ୍ତ ୩ଲକ୍ଷ ୫୦ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟିକା ଦିଆଯିବ । ଏନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଜାନୁଆରୀ ୧୬ତାରିଖରେ ପ୍ରଥମ ଡୋଜ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ୨ୟ ପର୍ଯ୍ୟାୟ ଡୋଜ ଦିଆଯିବ । ଯାହାକି ଫେବୃଆରୀ ୧୪ରେ ଆରମ୍ଭ ହେବାକୁ ଯାଉଛି ।

ଫେବୃଆରୀ ୧୦ସୁଦ୍ଧା ରାଜ୍ୟର ସମସ୍ତ ୩ ଲକ୍ଷ ୫୦ ହଜାର ସ୍ବାସ୍ଥ୍ୟକର୍ମୀଙ୍କ ପ୍ରଥମ ଡୋଜ ଟୀକା ଦେବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି । ଜାନୁଆରୀ ୧୬ ତାରିଖରେ ପ୍ରଥମ ଡୋଜ ନେଇଥିବା ସ୍ବାସ୍ଥ୍ୟକର୍ମୀ ଦ୍ବିତୀୟ ଡୋଜ କାର୍ଯ୍ୟକ୍ରମ ଫେବ୍ରୁଆରୀ ୧୪ରୁ ଆରମ୍ଭ ହେବ ।

ପ୍ରଥମ ପର୍ଯ୍ୟାୟରେ ଯେଉଁ ୧ ଲକ୍ଷ ୯୨ ହଜାର ଟିକାକରଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ୧ଲକ୍ଷ ୫୨ହଜାର ୩୫୧ଜଣଙ୍କୁ ଟିକା ଦିଆଯାଇଛି । ଆଜି ଟିକା ଦାନର ଶେଷ ଦିନ ହୋଇଥିବା ବେଳେ , ଆଜି ଟାର୍ଗେଟ ସମ୍ପୂର୍ଣ୍ଣ ହୋଇ ପାରେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ସେହିପରି ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଡ଼ାଟା ବେସ୍‌ ପ୍ରସ୍ତୁତ ହୋଇଛି । ଏହି ପର୍ଯ୍ୟାୟରେ କୋଭିଡ ଯୋଦ୍ଧାଙ୍କର ଡାଟା ବେସ ପ୍ରସ୍ତୁତ ହେଉଛି । ଆଜି ରାତି ୧୨ ଟା ପରେ ଜଣା ପଡିବ କେତେ କୋଭିଡ ଯୋଦ୍ଧା ପଞ୍ଜିକୃତ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ