ରାଜ୍ୟ ସ୍ପେଶାଲ ରିପୋର୍ଟ

ଫେରିଲା ଡାକୋଟା, ପୁଷ୍ପାଞ୍ଜଳି ଦେଇ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ବିଜୁ ବାବୁଙ୍କ ପ୍ରିୟ ଡାକୋଟା (ଡିସି-୩) ଭିଟି-ଏୟୁଆଇ ବିମାନ ଓଡ଼ିଶା ଫେରିଛି। କୋଲକତାରୁ କଡ଼ା ସୁରକ୍ଷା ମଧ୍ୟରେ ତିନିଟି ଲରିରେ ଏହି ବିମାନର ଯନ୍ତ୍ରାଂଶଗୁଡ଼ିକ ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛି। ଏବେ ଏହାକୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ରଖାଯାଇଥିବା ବେଳେ ଖୁବ୍‌ ଶୀଘ୍ର ଟର୍ମିନାଲ-୧ ସମ୍ମୁଖରେ ସର୍ବସାଧାରଣଙ୍କ ପ୍ରଦର୍ଶନ ପାଇଁ ରଖାଯିବ। ଏଥିପାଇଁ ଭାରତୀୟ ବିମାନବନ୍ଦର କର୍ତ୍ତୃପକ୍ଷ ରାଜ୍ୟ ସରକାରଙ୍କୁ ୧.୧ଏକର ଜମି ଯୋଗାଇ ଦେଇଛନ୍ତି। ଏଠାରେ ବିମାନ‌ର ଯନ୍ତ୍ରାଂଶଗୁଡ଼ିକୁ ଖଞ୍ଜାଯିବା ସହ ବିମାନଟିକୁ ଯଥାସମ୍ଭବ ନୂଆ ରୂପ ଦିଆଯିବ। ଆସନ୍ତା ମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି।

ମାର୍ଚ୍ଚ ୫ରେ ସର୍ବସାଧାରଣଙ୍କ ପାଇଁ ଲୋକାର୍ପିତ ହେ
ଡାକୋଟା ବିମାନ ବୁଧବାର ଦିନ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଦେଖିବାକୁ ବିମାନବନ୍ଦର ନିକଟକୁ ଆସିଥିଲେ। ବିମାନକୁ ପୁଷ୍ପାଞ୍ଜଳି ଦେଇ ସ୍ବାଗତ କରିଥିଲେ। ବାପାଙ୍କ ସ୍ମୃତିକୁ ଫେରାଇ ଆଣିଥିବାରୁ ମୁଖ୍ୟମନ୍ତ୍ରୀ ଭାବବିହ୍ବଳ ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଡାକୋଟା ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଜୁ ବାବୁଙ୍କର କିମ୍ବଦନ୍ତୀ ବିମାନ ଶେଷରେ ଫେରି ଆସିଛି। ବିଜୁ ବାବୁଙ୍କର ଏହି ବିମାନ ସହିତ ଅନେକ ଐତିହାସିକ ସଂପୃକ୍ତି ଥିଲା। ଏହି ବିମାନରେ ବିଜୁବାବୁ ଅନେକ ସାହାସିକ କାର୍ଯ୍ୟ କରିଛନ୍ତି। ଏହାମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଡଚ୍‌ମାନଙ୍କ କବ୍‌ଜାରୁ ମୁକ୍ତ କରିବାରେ ଅପାର ସଫଳତା। ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି ମୋ ମା’ ଜ୍ଞାନ ପଟ୍ଟନାୟକ। ସେହିପରି ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ମଧ୍ୟରେ ବିଜୁ ବାବୁ ଚାଇନା, ନେପାଳ ଆଦି ଦେଶକୁ ଏହି ବିମାନରେ ଯାତ୍ରା କରିଥିଲେ।

ଏହି ସ୍ୱାଗତ ସମାରୋହରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।