ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବଜେଟ୍‌ ଅଧିବେଶନ ଆରମ୍ଭ: ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଉତ୍କଳମଣିଙ୍କ କାଳଜୟୀ କବିତା

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇଛି। ବଜେଟ୍ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ବୈଠକକୁ ସମ୍ବୋଧନ କରିଛନ୍ତି। ଚଳିତ ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ବଜେଟ୍ ଅଧିବେଶନ ଶେଷ ସଂସଦୀୟ ଅଧିବେଶନ ହେବ। ଫେବ୍ରୁଆରି ୧ (ଗୁରୁବାର) ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିବେ। କାର୍ଯ୍ୟଭାର ଗ୍ରହଣ କରିବା ପରେ ନୂତନ ସରକାର ସମ୍ପୂର୍ଣ୍ଣ ବଜେଟ୍ ଉପସ୍ଥାପନ କରିବେ। ବଜେଟ୍ ଅଧିବେଶନ ଫେବ୍ରୁଆରି ରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ରା‌ଷ୍ଟ୍ରପତି ତାଙ୍କ ଅଭିଭାଷଣରେ ଉତ୍କଳମଣି ଗୋପବନ୍ଧୁଙ୍କ କାଳଜୟୀ କବିତା ‘ମିଶୁ ମୋର ଦେହ ଏଦେଶ ମାଟିରେ’ କବିତାକୁ ମନେ ପକାଇଛନ୍ତି।

ଚଳିତ ଅଧିବେଶନରେ କାର୍ଯ୍ୟଦିବସ ସଂଖ୍ୟା ଖୁବ୍‌ କମ୍‌ ରହିଥିବାରୁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରାଥମିକତା ଭିତ୍ତିରେ ଜରୁରୀ ବିଲ୍‌ଗୁଡ଼ିକ ଆଗତ କରାଯିବା ସମ୍ଭାବନା ରହିଛି। ଅନ୍ୟପକ୍ଷେ, ଏଥର ମଧ୍ୟ ଓଡ଼ିଶା ବିଧାନ ପରିଷଦ ଗଠନ ସଂକ୍ରାନ୍ତ ବିଲ୍‌ କେନ୍ଦ୍ର ସରକାରଙ୍କ ଏଜେଣ୍ଡାରେ ନଥିବା ଜଣାପଡ଼ିଛି। ବିଜେଡି ଏହି ବିଲ୍‌କୁ ଆଗତ କରିବା ପାଇଁ ଦାବି ଚଳିତ ଅଧିବେଶନରେ କରିବ। ଏଥିସହିତ ବିଜେଡି ବଜେଟ୍‌ ଅଧିବେଶନ କାଳରେ ରାଜ୍ୟରେ ଜାତୀୟ ରାଜପଥ, ଉପକୂଳ ରାଜପଥର କାର୍ଯ୍ୟ ତ୍ବରାନ୍ବିତ, ପ୍ରଧାନମନ୍ତ୍ରୀ ଆବାସ ‌ଯୋଜନା(ଗ୍ରାମୀଣ) ଅନ୍ତର୍ଗତ ୭ ଲକ୍ଷ ଆବାସର ଆବଣ୍ଟନ; ହୋ, ମୁଣ୍ଡାରୀ, ଭୂମିଜ, ସୌରା ଓ କୁଇ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ; ରାଜ୍ୟର ୧୬୯ଟି ଜାତିକୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ, କେନ୍ଦୁପତ୍ର ଉପରୁ ଜିଏସ୍‌ଟି ପ୍ରତ୍ୟାହାର, ପ୍ରଧାନମନ୍ତ୍ରୀ ଫସଲ ବୀମା, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ନିର୍ଦ୍ଧାରଣ, ସ୍ବାମୀନାଥନ କମିସନଙ୍କ ସୁପାରିସକୁ ଲାଗୁ କରିବା, ସମ୍ବିଧାନରେ ଅହିଂସା ଶବ୍ଦକୁ ସାମିଲ କରିବା ଭଳି ପ୍ରସଙ୍ଗ ପୁଣିଥରେ କେନ୍ଦ୍ର ସରକାରଙ୍କର ଦୃଷ୍ଟି ଆକର୍ଷଣ କରିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ