ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ବଢୁଛି କରୋନା ସଂକ୍ରମଣ : ଉଚ୍ଚସ୍ତରୀୟ ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ, ସମସ୍ତ ଜିଲ୍ଲାପାଳ ସାମିଲ

ଭୁବନେଶ୍ବର ୨୨।୦୩ : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଯାହାକୁ ଦୃଷ୍ଟିରେ ରଖି ଆକ୍ସନମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୋଭିଡ଼ ସ୍ଥିତି ନେଇ ଉଚ୍ଚସ୍ତରୀୟ ବୈଠକ । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବୈଠକରେ ଉନ୍ନୟନ କମିଶନର ,ସ୍ବାସ୍ଥ୍ୟ ସଚିବ, ଡ଼ିଏମଇଟି ଓ କିଛି ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ରହିଛନ୍ତି ।

ରାଜ୍ୟରେ ଏବେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଲଗାତର ଦୁଇ ଦିନ ଧରି ସଂକ୍ରମିତଙ୍କ ୧୦୦ପାର୍‌ ହେଉଥିବା ବେଳେ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପାଇଥିଲା । କିନ୍ତୁ ଆଜି ପୁଣି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ବଢିଛି । ଯାହାକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ରାଜ୍ୟସରକାର । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । ରାଜ୍ୟରେ ବଢୁଥିବା କୋଭିଡ଼ ସ୍ଥିତିକୁ ନେଇ ବୈଠକରେ ଆଲୋଚନା କରାଯିବାର ସୂଚନା ରହିଛି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଭିଡିଓ କନ୍‌ଫେରନ୍ସି ଜରିଆରେ ଉପସ୍ଥିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ପ୍ରଥମେ କଟକ ଆଉ ଏବେ ଭୁବନେଶ୍ୱରରେ କରୋନା ସଂକ୍ରମିଣ ସଂଖ୍ୟା ବଢିବାରେ ଲାଗିଛି । କଟକ କିଛି ଘରୋଇ ଶିକ୍ଷାନୁଷ୍ଠାନରୁ ୩୦ରୁ ଅଧିକ କରୋନା ସଂକ୍ରମିତ ହେବା ପରେ ଆଜି ଭୁବନେଶ୍ୱର XIMBରୁ ୨୩ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ ତୁରନ୍ତ ଉକ୍ତ ଶିକ୍ଷାନୁଷ୍ଠାନକୁ ସିଲ୍‌ କରିଛି ବିଏମ୍‌ସି ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର