ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବଦଳିଲା +୩ ନାମଲେଖା ପ୍ରକ୍ରିୟାର ତାରିଖ, ୧୩ରୁ କଲେଜରେ ରିପୋର୍ଟିଂ କରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର ୦୪/୦୯: ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ରେ ନାମ ଲେଖା ଆବେଦନ ପାଇଁ ଶନିବାର ରାତି ୧୧ଟା ୪୫ ଶେଷ ସମୟ ରହିଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୦୨୨ ଡିଗ୍ରୀ କଲେଜ ପାଇଁ ଶୁକ୍ରବାର ସନ୍ଧ୍ୟା ସୁନ୍ଧା ୨ ଲକ୍ଷ ୪୫ ହଜାର ୯୬୮ ଜଣ ପଞ୍ଜୀକରଣ କରିଛନ୍ତି । ନାମଲେଖା ପ୍ରକ୍ରିୟାରେ ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖରେ ସାମାନ୍ୟ ପରିବର୍ତ୍ତନ କରିଛି ଉଚ୍ଚଶିକ୍ଷା ବିଭାଗ ।

ପ୍ରଥମ ମେଧା ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀଙ୍କ ରିପୋର୍ଟିଂ ୧୧ ତାରିଖ ପରିବର୍ତ୍ତେ ୧୩ ତାରିଖରୁ ଆରମ୍ଭ ହେବ ବୋଲି ବିଭାଗ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି କରାଯାଇଛି । ରିପୋର୍ଟିଂ ଶେଷ ଦିବସ ୧୫ ତାରିଖ ପରିବର୍ତ୍ତେ ୧୬ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କରିଦିଆଯାଇଛି ।

ସେହିପରି ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ଆସନ୍ତା ୧୩ ତାରିଖରୁ ୧୬ ତାରିଖ ରାତି ୧୧ଟା ୪୫ ସ୍ଲାଇଡ୍‌ ଅପ୍‌ ଅପ୍ସନ୍‌ରେ ଅପଡେଟ୍‌ କରିପାରିବେ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗତ ମାସରେ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ ଆସନ୍ତା ୯ ତାରିଖ ଦିନ ୧୧ଟା ୪୫ରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ । ସେହିପରି ୨୧ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି