ଅପରାଧ ରାଜ୍ୟ

ବନବିଭାଗ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ: ବଡ଼ମ୍ବା ରେଞ୍ଜରଙ୍କୁ ଉଠାଇନେଲା ପୁଲିସ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ: ବନବିଭାଗର ହେପାଜତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ପୁଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ଜଣଙ୍କୁ ଉଠାଇନେଇଥିବାର ଖବର ମିଳିଛି। ଏମାନଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି।
ସୂଚନା ଅନୁଯାୟୀ, କିଛି ଦିନ ତଳେ ବଡ଼ମ୍ବା ଏବଂ ହିନ୍ଦୋଳ ସଂରକ୍ଷିତ ଜଙ୍ଗଲର ସୀମାବର୍ତ୍ତୀ ଅଞ୍ଚଳରୁ ଏକ ଗଳିତ ଗୁଳିବିଦ୍ଧ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମାମଲାରେ ବନ ବିଭାଗ ଜଣଙ୍କୁ ଗତକାଲି ଉଠାଇ ଆଣି ଅଟକ ରଖିଥିଲା। କିନ୍ତୁ ରେଞ୍ଜରଙ୍କ ହେପାଜତରେ ଥିବା ଉକ୍ତ ଅଭିଯୁକ୍ତଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ମୃତକ ଖୁଣ୍ଟକଟା ସାତଗୋଛିଆ ଗାଁର ଧନେଶ୍ବର ବେହେରା (୫୯) ବୋଲି ଜଣାଯାଇଛି। ଏହାପରେ ଆଠଗଡ଼ ଥାନା ପୁଲିସ୍ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ ଜଣଙ୍କୁ ଉଠାଇନେଇଥିବା ଜଣାଯାଇଛି। ଏଣେ ଖବର ପାଇ ମୃତକଙ୍କ ପରିବାର ଆଠଗଡ଼ ଡାକ୍ତରଖାନାରେ ଆସି ପହଞ୍ଚିଥିବାର ସୂଚନା ରହିଛି।

ତେବେ କିଭଳି ପରିସ୍ଥିତିରେ ଧନେଶ୍ୱରଙ୍କ ମୃତ୍ୟୁ ହୋଇଥିଲା, ସେନେଇ ତଦନ୍ତ ଜାରି ରଖିଛି ଆଠଗଡ଼ ଥାନା ପୁଲିସ। ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ ଜାରି ରଖିଛି ପୁଲିସ ।

ଅପରପକ୍ଷରେ ଗୋଟିଏ ପରେ ଗୋଟିଏ ଏଭଳି ବାରମ୍ବାର ଦନ୍ତା ଶିକାରକୁ ନେଇ ବଡ଼ମ୍ବା, ନରସିଂହପୁର ତଥା ଆଠଗଡ଼ ବନଖଣ୍ତ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ଛୋଟ ଦନ୍ତାହାତୀ ଶିକାର ଘଟଣା ବିଭାଗ ପାଇଁ ସମସ୍ୟା ବଢାଇଛି। ବଡମ୍ବାରେ ହାତୀମୃତ୍ୟୁ ଘଟଣା ଜଣାପଡିବା ପରେ ବନବିଭାଗ ଉଚ୍ଚ ଅଧିକାରୀଙ୍କ ପ୍ରତିକ୍ରିୟା ରଖୁନାହାନ୍ତି। ଏପରିକି ବିଭାଗ ମଧ୍ୟ ଘଟଣାକୁ ଗଣମାଧ୍ୟମଠାରୁ ଦୂରେଇ ରଖିଛି। ବାରମ୍ବାର ବଡମ୍ବାରେ ହାତୀ ମୃତ୍ୟୁ ଘଟୁଥିବା ବେଳେ ବନ ବିଭାଗ ଏ ସଂପର୍କରେ ଖବର ନପାଇବା ଘଟଣା ବନବିଭାଗର କାର୍ଯ୍ୟଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।