ଅପରାଧ ରାଜ୍ୟ

ବନ୍ଦ ଘରୁ ମିଳିଲା ଯୁବତୀଙ୍କ ମୃତଦେହ, ପ୍ରେମିକ ସହ ଝଗଡ଼ା ପରେ ଓଢଣୀରେ ଝୁଲିପଡିଲେ !

ଭୁବନେଶ୍ବର ୦୩।୧୧ : ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରୁ ମିଳିଛି ମୃତଦେହ। ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ସଂଦେହ କରାଯାଉଛି । ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମୃତ ଯୁବତୀ ହେଲେ ନୟାଗଡ ଅଞ୍ଚଳର ସ୍ନେହଳତା ସ୍ଵାଇଁ । ଉଭୟଙ୍କ ପରିବାର ସହମତିରେ ନିଜ ପ୍ରେମିକ ସହ ବିବାହ ଠିକ ହୋଇଥିଲା । ମଙ୍ଗଳବାର ସନ୍ଧ୍ୟାରେ କୌଣସି କଥାକୁ ନେଇ ଝଗଡା ହୋଇଥିଲା। ଝଗଡା ପରେ ମୋବାଇଲକୁ ଭାଙ୍ଗିଦେଇଥିଲେ ସ୍ନେହଳତା । ପରେ ରାତିରେ ଓଢଣୀରେ ଝୁଲି ପଡ଼ିଥିଲେ ସ୍ନେହଲତା ।

ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ କରୁଛି । ଏପିରିକି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ନେଇପାରେ ପୋଲିସ ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।