ଅପରାଧ ରାଜ୍ୟ

ବସ୍ତାରେ ଭର୍ତ୍ତି ମୃତଦେହ ଉଦ୍ଧାର, ସାଇକେଲ୍‌ରେ ଲଦା ହୋଇ ପଡିଛି ରାସ୍ତା କଡାରେ

ଧର୍ମଗଡ ୪।୭: ଧର୍ମଗଡ-ରାସ୍ତା କଡରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ଚଞ୍ଚରମୁଣ୍ଡା ଛକ ବିଜୁ ଏକ୍ସପ୍ରେସ୍ ରାସ୍ତାରେ ପଡିଛି ମୃତଦେହ । ବ୍ୟକ୍ତିଟିକୁ ମାରି ଏକ ବସ୍ତାରେ ପୁରାଇ ସାଇକେଲରେ ଲଦି ରାସ୍ତା କଡରେ ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ପୋଲିସ ଶବ ଉଦ୍ଧାର କରିଛି । ତଦନ୍ତ କାର୍ଯ୍ୟ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ଚଞ୍ଚରମୁଣ୍ଡା ଛକ ବିଜୁ ଏକ୍ସପ୍ରେସ୍ ରାସ୍ତା କଡରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି । ଖବର ପାଇ ଥାନା ଅଧିକାରୀ ଯୁଗଳ ଶବର ଏକ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଛି ।

ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ବ୍ୟକ୍ତିଟିକୁ ମାରି ଏକ ବସ୍ତାରେ ପୁରାଇ ସାଇକେଲରେ ଲଦି ରାସ୍ତା କଡରେ ଫୋପାଡି ଦେଇଥିବା ଦେଖିବାକୁ ମିଳିଛି । ଏନେଇ ଗୋଲାମୁଣ୍ଡା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଗୋଲାମୁଣ୍ଡା ପୋଲିସ ସୂଚନା ଦେଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।