ଅପରାଧ ଦେଶ ବିଦେଶ

ବାଇକ ଓ ଟ୍ରକ୍‌କୁ ଧକ୍କା ଦେଲା କାର, ୩ ମୃତ

ଚେନ୍ନାଇ ୨୪/୦୭: ମର୍ମନ୍ତୁଦ ସଡକ ଦୁର୍ଘଟଣା । ୩ ମୃତ । ଏପରି ଅଭାବନୀୟ ଘଟଣା ଘଟିଥି ତାମିଲନାଡୁକ ଥାନୀରପାନ୍ଥଲ ଦେଇ ଯାଇଥିବା ଜାତୀୟ ରାଜପଥରେ । ଏକ କାର୍- ବାଇକ ଓ ଟ୍ରକ୍ ଧକ୍କା ଦେବାରୁ ଏହି ଅଘଟଣ ଘଟିଛି ।

ସୂଚନାନୁସାରେ, ଶନିବାର ସନ୍ଧ୍ୟାରେ ଏକ ବାଇକରେ ଦୁଇ ଜଣ ପେରାମବାଲୁର ରାଜପଥ ଦେଇ କେଉଁ ଆଡେ ଯାଉଥିଲେ । ଏହି ସମୟରେ ଏକ କାର୍ ନିୟନ୍ତ୍ରଣ ହରାଇ ବାଇକକୁ ଧକ୍କା ଦେଇଥିଲା । ଏହାସହ କାରଟି ରାସ୍ତାରେ ଯାଉଥିବା ଏକ ଟ୍ରକକୁ ମଧ୍ୟ ଧକ୍କା ଦେଇଥିଲା । ଏଥିରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଜଣେ ପ୍ରାଣ ହରାଇଥିଲେ ।

ପ୍ରାଣ ହରାଇଥିବା ବ୍ୟକ୍ତିମାନେ ହେଲେ ସି ପାର୍ବତୀ ନାଥନ, ସି ବସନ୍ତ ଏବଂ ବାଇକ ଚାଳକ କାଥିର । ଆହତ ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ଶିଶୁ ଅଛନ୍ତି । ପୋଲିସ ଘଟଣାସ୍ଥଳରେ ପହଁଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ